ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, କାକଟପୁରରୁ ରିପିଟ୍ ହେଲେ ତୁଷାରକାନ୍ତି
ଭୁବନଶ୍ୱର:ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଡି ତାଲିକାରେ ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା, ବାଙ୍ଗିରିପୋଷିରୁ ରଂଜିତା ମାରାଣ୍ଡି, ବରୀରୁ ବିଶ୍ୱରଂଜନ ମଲ୍ଲିଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି ।

ସପ୍ତମ ପର୍ଯ୍ୟାୟରେ ମୋଟ ୬ ଟି ଆସନରେ ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି । ଏବେ ମଧ୍ୟ ବିଜେଡି ପକ୍ଷରୁ ରାଜ୍ୟରେ ଆଉ ୬ ଟି ଆସନରେ ପ୍ରାର୍ଥୀ ଘୋଷଣା କରାଯାଇନାହିଁ ।












Click it and Unblock the Notifications