ରାଜ୍ୟସଭା ନିର୍ବାଚନ ପାଇଁ ୨ ଜଣ ପ୍ରାର୍ଥୀ ଘୋଷଣା କଲା BJD, ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ଟିକେଟ୍‌

ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଲା। ୨ ଜଣଙ୍କ ନାଁ ଘୋଷଣା କଲା ବିଜୁ ଜନତା ଦଳ। ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ରାଜ୍ୟସଭା ଟିକେଟ୍‌ । ରାଜ୍ୟସଭା ପ୍ରାର୍ଥୀ ପାଇଁ ଏହି ଦୁଇ ଜଣଙ୍କୁ ଚୟନ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ଏହି ଦୁଇ ଜଣଙ୍କ ନାଁ ଆଗରୁ ଚର୍ଚ୍ଚା ହେଉଥିଲା ।

BJD announces 2

କାହାକୁ କେଉଁ ଦଳ କରିବ ପ୍ରାର୍ଥୀ, କିଏ ସଂସଦର ଉଚ୍ଚସଦନକୁ ଯିବାକୁ ପାଇବ ଟିକେଟ, ତାକୁ ନେଇ ରାଜ୍ୟବାସୀ ଓ ରାଜନୀତିରେ ରୂଚି ରଖୁଥିବା ବ୍ୟକ୍ତିବିଶେଷଙ୍କ ଠାରେ ଥିଲା ଉତ୍କଣ୍ଠା । ଏସବୁ ଭିତରେ ନବୀନ ନିବାସରେ ପ୍ରାର୍ଥୀ ନେଇ ଚାଲି ଥିଲା ଅଙ୍କକଷା ।

ନବୀନ ନିବାସରେ ଡାକ୍ତର ଦତ୍ତେଶ୍ବର ହୋତା ପହଞ୍ଚିବା ପରେ ବଢ଼ିଥିଲା ଚର୍ଚ୍ଚା । ସଂତୃପ୍ତ ମିଶ୍ର ବି ନବୀନ ନିବାସରେ ଥିଲେ । କାହାକୁ ରାଜ୍ୟସଭା ପାଇଁ ଟିକେଟ୍‌ ମିଳିବ ତାକୁ ନେଇ ଥିଲା ଅପେକ୍ଷା । ଶାସକ ଦଳ ବିଜେପି ଓ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ପକ୍ଷରୁ ଚାଲିଥିଲା ଜୋରଦାର କସରତ, ତିନି ଦଳରେ ଘନଘନ ଚାଲିଥିଲା ମାନସମନ୍ଥନ । ଏସବୁ ଭିତରେ ଆଜି ବିଜୁ ଜନତା ଦଳ ନିଜର ପ୍ରାର୍ଥୀ ଘୋଷଣା କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+