ବିଜେଡି ବିଜେପି ମେଣ୍ଟ, ଆଜି ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ !

ବିଜେଡି ବିଜେପି ମେଣ୍ଟକୁ ନେଇ ଦିଲ୍ଲୀରୁ ପଲ୍ଲୀ ପର୍ଯ୍ୟନ୍ତ ଚର୍ଚ୍ଚା ଜୋରଦାର ହେଉଛି । କିଏ କହୁଛି ମେଣ୍ଟ ହେବ କିଏ କହୁଛି ହେବ ନାହିଁ ଏମିତି ଆଲୋଚନା ଭିତରେ ରାଜ୍ୟ ରାଜନୀତି । ଯାହାକୁ ନେଇ ରାଜ୍ୟ ରାଜନୀତି ବେଶ ସରଗର ରହିଛି । ପୂର୍ବ ବୈଠକରେ ସମ୍ୟକ୍ ଆଲୋଚନା ପରେ ଗତକାଲି ଫାଇନାଲ କଲ୍ ଡାକି ରାଜ୍ୟ ନେତୃତ୍ୱଙ୍କ ସହ ମିଶି ମେଣ୍ଟ ଅଙ୍କ ଛିଡାଇବାକୁ ଚେଷ୍ଟା କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ତେବେ ବୈଠକରୁ କଣ ନିଷ୍କର୍ସ ବାହାରିଛି ତାହା ବର୍ତ୍ତମାନ ଯାଏ ସ୍ପଷ୍ଟ ହୋଇନି। ହେଲେ କୁହାଯାଇଛି ଶେଷ ପର୍ଯ୍ୟାୟରେ ପହିଞ୍ଚିଛି ମେଣ୍ଟ ଚର୍ଚ୍ଚା।

BJD BJP Alliance

ଗତକାଲି ଅମିତ ଶାହଙ୍କ ଘରେ ବିଜେପି ରାଜ୍ୟ ନେତୃତ୍ୱଙ୍କ ବୈଠକ ବସିଥିଲା। ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ ଦିଲ୍ଲୀରେ ଡେରା ପକାଇଥିବା ରାଜ୍ୟ ବିଜେପି ନେତୃତ୍ୱ। ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସଂପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ଆଲୋଚନା କରିଛନ୍ତି ଶାହ। ବୈଠକରେ ମେଣ୍ଟ ନେଇ ଫୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିବା ବେଳେ, ମେଣ୍ଟ ହେଉଛି ନା ନାହିଁ ସେ ନେଇ କିନ୍ତୁ ସ୍ପଷ୍ଟ ସୂଚନା ମିଳିପାରିନାହିଁ। କୁହାଯାଉଛି ଖୁବ୍ ଶୀଘ୍ର ଏନେଇ ସ୍ପଷ୍ଟ ଚିତ୍ର ଆସିପାରେ।

ଏପଟେ ଆଜି ନବୀନ ନିବାସରେ ଜରୁରୀ ବୈଠକ ବସିବା ନେଇ ସୂଚନା ମିଳିଛି। ଏହି ବୈଠକରେ ମେଣ୍ଟ ସଂପର୍କରେ ହୋଇପାରେ କିଛି ବଡ଼ ନିଷ୍ପତ୍ତି। ବୈଠକକୁ ଦଳର ବରିଷ୍ଠ ନେତାମାନଙ୍କୁ ଡକରା ଯାଇଥିବା ସୂଚନା ମିଳିଛି। ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକମାନଙ୍କୁ ମଧ୍ୟ ଏଥିରେ ଡକାଯାଇଥିବା ସୂଚନା ରହିଛି। ପୂର୍ବରୁ ଗତ ୬ ତାରିଖରେ ନବୀନ ନିବାସରେ ବୈଠକ ହୋଇଥିଲା ଯେଉଁଥିରେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି କହିଥିଲା ବିଜେଡି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+