ଆଜି ବିଜେଡି ତରଫରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା; ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ବର ବନ୍ଦ
ଆଜି ବିଜେଡି ତରଫରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା । ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ବର ବନ୍ଦ ପାଳନ। ସୌମ୍ୟାଶ୍ରୀ ମୃତ୍ୟୁ ମାମଲାରେ ନ୍ୟାୟ ଦାବିରେ ବନ୍ଦ ପାଳନ । ଦୋକାନ ବଜାର, ସରକାରୀ ଅଫିସ୍, ବେସରକାରୀ ଅନୁଷ୍ଠାନ ବନ୍ଦ ।

ବୁଧବାର ଦିନ ଆଠ ଘଣ୍ଟିଆ ବାଲେଶ୍ୱର ବନ୍ଦ ପାଳନ କରାଯାଉଥିବାରୁ ଦୋକାନ ବଜାର, ସରକାରୀ ଅଫିସ୍, ବେସରକାରୀ ଅନୁଷ୍ଠାନ ସବୁ ବନ୍ଦ ରହିଛି । କେବଳ ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ ସମସ୍ତ କ୍ଷେତ୍ର ବନ୍ଦ ରହିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ସାମ୍ପ୍ରତିକ ଶାସନ ବ୍ୟବସ୍ଥା ଯୋଗୁଁ ଜଣେ ଛାତ୍ରୀଙ୍କ ଅମୂଲ୍ୟ ଜୀବନ ଚାଲିଯାଇଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ସାଙ୍ଗକୁ ଭବିଷ୍ୟତରେ ଯେଭଳି ଏମିତି ଅଘଟଣ ନଘଟେ, ସେନେଇ ସରକାର ଉଚିତ ପଦକ୍ଷେପ ନେବା ଦାବିରେ ଏହି ୮ଘଣ୍ଟିଆ ବାଲେଶ୍ୱର ବନ୍ଦ କରାଯିବ ବୋଲି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ସୂଚନା ଦେଇଛନ୍ତି।

Click it and Unblock the Notifications