ବିଜେଡି ଜିଲ୍ଲା ସଭାପତି ନିର୍ବାଚନ ;୧୬ ଜିଲ୍ଲା ସଭାପତି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ,

୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ବିଜେଡିର ରାଜ୍ୟ ନିର୍ବାଚନ ଅଧିକାରୀ ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି । ତାଙ୍କ କହିବା ମୁତାବକ, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି ।

bjd

ତେବେ ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି । ତେବେ ଏହି ସବୁ ଜିଲ୍ଲାରେ ବିଜେଡି ଜିଲ୍ଲା ସଭାପତି ପଦ ପାଇଁ ଜଣେ ଲେଖାଏଁ ନାମାଙ୍କନ ଭରିଥିବାରୁ, ୧୬ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ବିଜେଡି ସଭାପତି ନିର୍ବାଚିତ ହେଇଛନ୍ତି ବୋଲି ପ୍ରତାପ ଦେବ ସୂଚନା ଦେଇଛନ୍ତ ।

ମିଳିଥିବା ସୂଚନା ମୁତାବକ, ପୁରୀ ଜିଲ୍ଲା ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ପୂର୍ବତନ ବିଧାୟକ ଉମାକାନ୍ତ ସାମନ୍ତରାୟ । ସେହିପରି ସୁନ୍ଦରଗଡ଼ ଜିଲ୍ଲା ପାଇଁ ନାମାଙ୍କନ ଭରିଛନ୍ତି ବିଧାୟକ ଯୋଗେଶ ସିଂ । ବରିଷ୍ଠ ବିଜେଡି ନେତା ମଙ୍ଗଳା କିଷାନଙ୍କ ଉପସ୍ଥିତିରେ ଯୋଗେଶ ଆଜି ଶଙ୍ଖ ଭବନରେ ନାମାଙ୍କନ କରିଛନ୍ତି । ସେପଟେ ଅନୁଗୁଳୁ ବିଜେଡି ଜିଲ୍ଲା ସଭାପତି ପାଇଁ ତାଳଚେର ବିଧାୟକ ବ୍ରଜ ପ୍ରଧାନ ନାମାଙ୍କନ ଭରିଛନ୍ତି । ଶଙ୍ଖ ଭବନରେ ପହଞ୍ଚି ବ୍ରଜ ପ୍ରଧାନ ନାମାଙ୍କନ କରିଛନ୍ତି । ଅନ୍ୟପଟେ ପୂର୍ବତନ ବିଜେଡି ବିଧାୟକ ମାନସ ମାଡକାମୀ ମାଲକାନଗିରି ଜିଲ୍ଲା ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+