For Quick Alerts
Turn On Notification  
For Daily Alerts
Oneindia App Download

ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ: ସମସ୍ତ କର୍ମୀଙ୍କ ସହଯୋଗ ଲୋଡିଲେ ଦଳ ସୁପ୍ରିମୋ

ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଆଜି ରାଜଧାନୀର ଏକାମ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

|

ଭୁବନେଶ୍ବର: ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଆଜି ରାଜଧାନୀର ଏକାମ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରେ କର୍ମୀ ଓ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ପଦଯାତ୍ରାରେ ଚାଲିଛନ୍ତି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସମେତ ବହୁ ନେତା ଓ କର୍ମୀ ଯୋଗ ଦେଇଥିଲେ । ଏହା ନଭେମ୍ବର ୨ ତାରିଖ ଯାଏଁ ଚାଲିବ।

Jan Sampark Padyatra

କୋଭିଡ ମହାମାରୀ ଯୋଗୁଁ ୨ ବର୍ଷ ପରେ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ସରକାରଙ୍କ ସଫଳତା, କେନ୍ଦ୍ର ସରକାରଙ୍କ ଅବହେଳାକୁ ନେଇ ଲୋକଙ୍କ ପାଖରେ ଦଳ ପହଞ୍ଚିବ । ଏହା ସହ ପ୍ରତ୍ୟେକ ଅଞ୍ଚଳରେ ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀମାନଙ୍କ ଅବଦାନକୁ ମଧ୍ୟ ମନେ ପକାଇବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପଦଯାତ୍ରାର ଶେଷ ଦିନରେ ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଞ୍ଚାୟତରେ ଦଳର ପ୍ରତ୍ୟେକ ସଦସ୍ୟ ଜନସେବା ପାଇଁ ସାମୂହିକ ସଂକଳ୍ପ ନେବେ । ପଦଯାତ୍ରା ପୂର୍ବରୁ ଦୁଇ ଦିନ ଧରି ବରମୁଣ୍ଡା ପଡ଼ିଆ ଠାରେ ବିଜେଡି ପକ୍ଷରୁ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
BJD Jan sampark Padyatra Started From Gandhi Jayanti Today
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X