ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ: ସମସ୍ତ କର୍ମୀଙ୍କ ସହଯୋଗ ଲୋଡିଲେ ଦଳ ସୁପ୍ରିମୋ
ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଆଜି ରାଜଧାନୀର ଏକାମ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଭୁବନେଶ୍ବର: ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଆଜି ରାଜଧାନୀର ଏକାମ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରେ କର୍ମୀ ଓ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ପଦଯାତ୍ରାରେ ଚାଲିଛନ୍ତି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସମେତ ବହୁ ନେତା ଓ କର୍ମୀ ଯୋଗ ଦେଇଥିଲେ । ଏହା ନଭେମ୍ବର ୨ ତାରିଖ ଯାଏଁ ଚାଲିବ।

କୋଭିଡ ମହାମାରୀ ଯୋଗୁଁ ୨ ବର୍ଷ ପରେ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ସରକାରଙ୍କ ସଫଳତା, କେନ୍ଦ୍ର ସରକାରଙ୍କ ଅବହେଳାକୁ ନେଇ ଲୋକଙ୍କ ପାଖରେ ଦଳ ପହଞ୍ଚିବ । ଏହା ସହ ପ୍ରତ୍ୟେକ ଅଞ୍ଚଳରେ ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀମାନଙ୍କ ଅବଦାନକୁ ମଧ୍ୟ ମନେ ପକାଇବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପଦଯାତ୍ରାର ଶେଷ ଦିନରେ ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଞ୍ଚାୟତରେ ଦଳର ପ୍ରତ୍ୟେକ ସଦସ୍ୟ ଜନସେବା ପାଇଁ ସାମୂହିକ ସଂକଳ୍ପ ନେବେ । ପଦଯାତ୍ରା ପୂର୍ବରୁ ଦୁଇ ଦିନ ଧରି ବରମୁଣ୍ଡା ପଡ଼ିଆ ଠାରେ ବିଜେଡି ପକ୍ଷରୁ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା ।
-
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ












Click it and Unblock the Notifications