ମୁନ୍ନା ଖାଁଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ
ବିଜେଡିର ବରିଷ୍ଠ ନେତା ମୁନ୍ନା ଖାଁଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ସଂଖ୍ୟାଲଘୁଙ୍କ ସ୍ବାର୍ଥ ଆମର ପ୍ରାଥମିକତା। ଦୁଇ ଦିନ ଭିତରେ ରାଜ୍ୟସଭାରେ ୱକଫ୍ ବିଲ୍ ସମର୍ଥନରେ ବିଜେଡିର କେତେକ ସାଂସଦ ଭୋଟ୍ ଦେବା ଘଟଣାର ସମାଧାନ କରିବି। ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଲାଗି ନେବି।

ଆଜି ବହୁସଂଖ୍ୟକ ସଂଖ୍ୟାଲଘୁଙ୍କ ସହ ମୁନ୍ନା ଖାଁ ନବୀନ ନିବାସ ଯାଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏଣେ ଭୁବନେଶ୍ୱର ଫେରି ସସ୍ମିତଙ୍କ ଉପରେ ଗର୍ଜିଛନ୍ତି ରାଜ୍ୟସଭା ସାଂସଦ ମୁନା ଖାଁ । ସେ କହିଥିଲେ, ସଂସଦୀୟ ଗଣତନ୍ତ୍ରରେ ସମର୍ଥନ କିମ୍ବା ବିରୋଧ କରାଯାଏ ନହେଲେ କକ୍ଷତ୍ୟାଗ ଭଳି ନିଷ୍ପତ୍ତି ନିଆଯାଏ । ଆମ ସଂସଦୀୟଦଳ ନେତା ସସ୍ମିତ ବାବୁ ବିବେକ ଅନୁସାରେ ଭୋଟ୍ ଦେବାକୁ କହିବା ସଂସଦ ଇତିହାସରେ ବିରଳ ଘଟଣା । ଯାହାର ବିବେକ କିମ୍ବା ଆତ୍ମା ବିଜେପିକୁ ସମର୍ଥନ କରିବାକୁ କହୁଛି, ସେ ବିଜେପିକୁ ଚାଲିଯାଉନାହାନ୍ତି କାହିଁକି? ବିଜେଡିରେ ଦୋମୁହାଁ ନୀତି ରଖିଥିବା ଲୋକଙ୍କର ଜାଗା ନାହିଁ ବୋଲି ପରୋକ୍ଷରେ ସସ୍ମିତଙ୍କୁ କହିଛନ୍ତି ମୁନା ।
ଓ୍ବକ୍ଫ ବିଲ୍କୁ ନେଇ ବିଜୁ ଜନତା ଦଳ(ବିଜେଡି)ରେ ଉଠିଥିବା ଝଡ଼ ଥମିବାର ନାଁ ନେଉନାହିଁ। କେଉଁ ପରିସ୍ଥିତିରେ ଦଳର ଭୋଟ୍ ଦୁଇଭାଗ ହୋଇଗଲା ତାହାକୁ ଗ୍ରହଣ କରିପାରୁନାହାନ୍ତି ବିଜେଡି ନେତା। ଏହାରି ମଧ୍ୟରେ ରାଜ୍ୟସଭା ଏମପି ମୁନା ଖାନ୍ ଭୁବନେଶ୍ୱରରେ ପହଂଚିଛନ୍ତି। ସେ ବିମାନ ବନ୍ଦରରେ ପହଂଚି ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କରିଥିଲେ।
ମୁନା ଖାନ୍ କହିଥିଲେ, "ଦଳରେ ଦୋମୁହାଁ ନୀତି ଚଳିବ ନାହିଁ, ଯାହାର ଯିବାର ଅଛି ଭାଜପାକୁ ପଳାନ୍ତୁ। ମୁଁ ସିଧା ଯାଇ ଦଳର ସଭାପତି ନବୀନ ବାବୁଙ୍କୁ ସବୁ ଜଣାଇବି। ସଂସଦୀୟ ବୋର୍ଡ ବୈଠକରେ ବିଲ୍କୁ ବିରୋଧ ନିଷ୍ପତ୍ତି ହୋଇଥିଲା। ବିଲ୍ ବିରୋଧରେ ଭୋଟ୍ ପାଇଁ ନବୀନ ବାବୁ ସ୍ପଷ୍ଟ ଭାବେ କହିଥିଲେ। ସସ୍ମିତ କାହିଁକି ଟ୍ବିଟ୍ କରି ବିବେକାନୁମୋଦିତ ଭୋଟ ପାଇଁ କହିଲେ ଜାଣିନି।" ବିମାନବନ୍ଦରରେ ରୋଷ ଝାଡ଼ିବା ପରେ ନବୀନ ନିବାସରେ ପହଞ୍ଚିଥିଲେ ମୁନା ଖାନ୍। ସେଠାରେ ସସ୍ମିତ ପାତ୍ରଙ୍କ ଭୂମିକାକୁ ନେଇ ଫେରାଦ ହୋଇଥିଲେ।












Click it and Unblock the Notifications