ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ; ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି ।

bjd

ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି । ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଏନେଇ ସୂଚନା ଦେଇଛନ୍ତି । ଆମେ ସେ ସମୟରେ ସମର୍ଥନ କରିଥିଲୁ, ବିଲ୍ ପାରିତ ହୋଇଥଲା । ଜନ ଅସନ୍ତେଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରନ୍ତୁ ବୋଲି ବିଜେଡି ପକ୍ଷରୁ କୁହାଯାଇଛି । କହିରଖୁଛୁକି, ପୂର୍ବରୁ ବର୍ଦ୍ଧିତ ଦରମା ନେବାକୁ ମନା କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ନବୀନ ।

କହିରଖୁଛୁକି, ଶୀତକାଳୀନ ଅଧିବେଶନ ସମୟରେ ବିଧାୟକଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ପାରିତ ହୋଇଥିଲା । ଭତ୍ତା ୧ ଲକ୍ଷରୁ ୩ ଲକ୍ଷ ୪୫ ହଜାରକୁ ବୃଦ୍ଧି ପାଇଥିଲା । ଦରମା ୩ ଗୁଣ ବୃଦ୍ଧି ପାଇବା ପରେ ଚର୍ଚ୍ଚା ବଢ଼ିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+