ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ସେ ପର୍ଯ୍ୟନ୍ତ ବିଜେଡି ଆସିବନି: ପଟ୍ଟଶାଣୀ

ପ୍ରସନ୍ନ ପଟ୍ଟଶାଣୀଙ୍କ ବଡ଼ ବୟାନ । ଅମର ଶତପଥୀଙ୍କ ପରେ ବଡ଼ ବୟାନ ଦେଲେ ପାଟ୍ଟଶାଣୀ । ସେ କହିଛନ୍ତି ଯେ, ମୁଁ ବିଜେଡି ଲୋକ । ମୋ ଜନ୍ମ ଜାତକରେ ମୋ ନା ପଢିବେ। ଦଳ ଗଢିକି ଦଳ ଛାଡିଲା ବେଳେ ବଡ଼ ଦୁଃଖ ଲାଗେ । ମୁଁ କେବେ ବି ଦଳ ଛାଡ଼ିକି ଆସିନଥାନ୍ତି । ଅମର ଶତପଥି ଯାହା କହିଛନ୍ତି କିଛି ତ ଖରାପ କହିନାହାନ୍ତି । ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ସେ ପର୍ଯ୍ୟନ୍ତ ବିଜେଡି ଆସିବ ନାହିଁ ବୋଲି କହିଛନ୍ତି ପଟ୍ଟଶାଣୀ । ମୁଁ ପାଣ୍ଡିଆନଙ୍କ ପାଇଁ ବିଜେଡି ଛାଡ଼ିଲି ବୋଲି ପ୍ରସନ୍ନ ପାଟ୍ଟଶାଣୀ କହିଛନ୍ତି ।

Prasanna Kumar Patasani

ସେ ଆହୁରି କହିଛନ୍ତି ଯେ, ନବୀନଙ୍କ ପ୍ରତି ମୋର ଦୁର୍ବଳତା ଅଛି କିନ୍ତୁ ପାଣ୍ଡିଆନ ଯୋଗୁଁ ଆମର ଲୋକପ୍ରିୟ ସରକାର ଚାଲିଗଲା । ବିଜେଡିରେ ତ କେହି ନବୀନଙ୍କ ବିରୋଧରେ କହୁ ନାହାନ୍ତି । ପାଣ୍ଡିଆନଙ୍କୁ କାହିଁକି କହୁଛନ୍ତି । ରାଜନୀତି କରିବା ପାଇଁ ବହୁତ ଭଲ ଭଲ ଲୋକ ଅଛନ୍ତି । ପାଣ୍ଡିଆନ ପଛରେ ଧାଇଁଲେ କ'ଣ ହେବ । ଲୋକ ମାନେ ଯେଉଁ ଦଳକୁ ଫୋପାଡି ଦେଲେ ସେ ଦଳର କ'ଣ ହେବ ବୋଲି ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+