ଉପରାଷ୍ଟ୍ରପତି ନିର୍ବାଚନରେ ବିରତ ରହିବା ଅର୍ଥ ଆମକୁ ସପୋର୍ଟ କରୁଛି ବିଜେଡି ; କେନ୍ଦ୍ର ମନ୍ତ୍ରୀ

ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରୁ ବିଜେଡି ବିରତ ରହିବ ବୋଲି ଚର୍ଚ୍ଚା ହେଉଛି। ଭୋଟିଂରୁ ବିଜେଡିର ବିରତ ନିଷ୍ପତ୍ତି ନେଇ ଭାଜପାର ବରିଷ୍ଠ ନେତା ଜୁଏଲ ଓରାମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଉପରାଷ୍ଟ୍ରପତି ନିର୍ବାଚନରେ ବିରତ ରହିବା ଅର୍ଥ ଆମକୁ ସପୋର୍ଟ କରିବା। ନବୀନ ବାବୁ ଆମକୁ ପରୋକ୍ଷରେ ସମର୍ଥନ କରୁଛନ୍ତି।

Union Minister
ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ବିମାନବନ୍ଦରଠାରେ ଗଣମାଧ୍ୟମକୁ କହିଛନ୍ତି ଯେ, ଉପରାଷ୍ଟ୍ରପତି ନିର୍ବାଚନ ନେଇ ଦିଲ୍ଲୀ ଗସ୍ତ କରୁଛନ୍ତି। ଏହି ସମୟରେ ଦଳୀୟ ଏମ୍‌ପିଙ୍କ ସହିତ ସେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
ଶନିବାର ବିଜେଡି ପକ୍ଷରୁ ଅନୁଷ୍ଠିତ ପିଏସି ବୈଠକରେ ଉପରାଷ୍ଟ୍ରପତି ନିର୍ବାଚନ ସଂକ୍ରାନ୍ତରେ ଦଳର ବରିଷ୍ଠ ନେତାଙ୍କ ମତାମତ ଲୋଡାଯାଇଥିଲା। ନେତାମାନେ ନିଜ ନିଜର ମତ ପ୍ରକାଶ କରିଥିଲେ ହେଁ କୌଣସି ନିର୍ଦିଷ୍ଟ ନିଷ୍ପତ୍ତି ନିଆଯାଇ ନ ଥିଲା। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ। ମହାରାଷ୍ଟ୍ରର ରାଜ୍ୟପାଳ ଥିବା ସି ପି ରାଧାକ୍ରିଷ୍ଣନଙ୍କୁ ଏନ୍‌ଡିଏ ପ୍ରାର୍ଥୀ କରିଥିବା ବେଳେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ସୁଦର୍ଶନ ରେଡ୍ଡିଙ୍କୁ 'ଇଣ୍ଡିଆ' ମେଣ୍ଟ ପ୍ରାର୍ଥୀ କରିଛି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+