ବିଜେଡିର ନୂଆ ଟିମ୍ ; ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵ

ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ ରହିଛନ୍ତି। ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ଦଳ ପକ୍ଷରୁ ଜାରି ବିଜ୍ଞପ୍ତିରେ ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରିଥିବା ପ୍ରକାଶ ପାଇଛି।

naveen patnaik

ସେହିପରି ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ଏବଂ ନବୀନଙ୍କ ଜନସମ୍ପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ଏପରିକି ୫ଜଣଙ୍କୁ ଦଳ ଜାତୀୟ ମୁଖପାତ୍ର ଭାବେ ଘୋଷଣା କରିଛି । ଡ. ସଂତୃପ୍ତ ମିଶ୍ର, କଲିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଏବଂ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ତୁଲାଇବେ।

ସେହିପରି ୧୪ ଜଣଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର ଭାବେ ବିଜେଡି ଦାୟିତ୍ୱ ଦେଇଛି। ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ, ଡ. ଅରୁଣ କୁମାର ସାହୁ, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି ପ୍ରମୁଖ । ବରିଷ୍ଠ ନେତା ପ୍ରତାପ ଜେନାଙ୍କୁ ରାଜ୍ୟ ଗଣମାଧ୍ୟମ ସଂଯୋଜକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ସ୍ବୟଂପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋ-ଅର୍ଡିନେଟର ଭାବେ ନିଯୁକ୍ତ ହୋଇଛନ୍ତି । ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦଳ ପକ୍ଷରୁ ନିଯୁକ୍ତ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+