ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା, ଜୟ ଢୋଲକିଆ ବିଜେପି ପ୍ରାର୍ଥୀ
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ହେଲେ ବିଜେପି ପ୍ରାର୍ଥୀ। ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ। ୧୬ ତାରିଖରେ ନାମାଙ୍କନ ଭରିବେ ଜୟ। ଜୟ ଢୋଲକିଆଙ୍କ ନାମାଙ୍କନରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

୧୬ ତାରିଖରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ। ଆଗାମୀ ୧୬ ତାରିଖରେ ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ। ଆଜି ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର। ସେ ଆହୁରି ଜୋର୍ ଦେଇ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ। ବିଜେଡି ଏଯାଏ ପ୍ରାର୍ଥୀ ସ୍ଥିର କରିପାରିନାହିଁ। ତେଣେ କଂଗ୍ରେସକୁ ଲୋକେ ପସନ୍ଦ କରୁନାହାନ୍ତି। ଏଣୁ ବିଜେପି ଏଠାରେ ଜିତିବା ସୁନିଶ୍ଚିତ ବୋଲି କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର।












Click it and Unblock the Notifications