ଧାମନଗର ଉପନିର୍ବାଚନ: ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କଲା ବିଜେପି

ଧାମନଗର ଉପନିର୍ବାଚନ ପାଇଁ ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କଲା ବିଜେପି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି ।

Dhamnagar By Polls: ଧାମନଗର ଉପନିର୍ବାଚନ ପାଇଁ ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କଲା ବିଜେପି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ଦିବଙ୍ଗଦ ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଆସନ ଖାଲି ପଡ଼ିଛି ।ତେବେ ବିଷ୍ଣୁ ସେଠୀଙ୍କ ମୃତ୍ୟୁ ପରେ ତାଙ୍କ ପୁଅ ହିଁ ପଦ୍ମରୁ ପ୍ରାର୍ଥୀ ହେବା ଏକ ପ୍ରକାର ନିଶ୍ଚିତ ଥିଲା । ଅନୁକମ୍ପା ମୂଳକ ଭୋଟ୍ ଓ ସଙ୍ଗଠନ ଆଧାରରେ ଦଳ ନିର୍ବାଚନ ଲଢିବା ପାଇଁ ରଣନୀତି ପ୍ରସ୍ତୁତ କରିଛି ।

Dhamnagar By Polls

ସୂଚନାଥାଉ କି, ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବ। ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୧୪ ରହିଛି । ଅକ୍ଟୋବର ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ସେହିପରି ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାର କରିବାର ଶେଷ ତାରିଖ । ନଭେମ୍ବର ୩ରେ ଭୋଟ୍ ଗ୍ରହଣ ହେବ। ୬ ତାରିଖରେ ଭୋଟ୍ ଗଣତି ହୋଇ ଫଳ ପ୍ରକାଶ ପାଇବ। ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିଲା । ଏହାପରେ ସେହି ଆସନଟି ଖାଲି ପଡିଛି ।

Dhamnagar By Polls
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+