ପରଲୋକରେ ବିଜେପି ନେତା ବିଷ୍ଣୁ ସେଠୀ
ପରଲୋକରେ ବିଜେପି ନେତା ବିଷ୍ଣୁ ସେଠୀ .
ଭୁବନେଶ୍ୱର: ବିଜେପି ନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କର ପରଲୋକ । ଆଜି ୬୧ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଏମସରେ ଚିକିତ୍ସାଧୀନ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବିଷ୍ଣୁ ସେଠୀଙ୍କ ପରଲୋକ ନେଇ ଏମ୍ସ ଅତିରିକ୍ତ ଅଧୀକ୍ଷକ ପ୍ରଭାସ ରଞ୍ଜନ ତ୍ରିପାଠୀଙ୍କ ସୂଚନା ଦେଇଛନ୍ତି । କିଡନୀ ରୋଗରେ ପୀଡ଼ିତ ହୋଇ ମାସେ ହେଲା ICUରେ ଚିକିତ୍ସାଧିନ ଥିଲେ ।

ବିଜେପିର ଜଣେ ବଡ଼ ନେତା ଏବଂ ସରକାରୀ ଦଳର ତୀବ୍ର ସମାଲୋଚକ ଭାବେ ସେ ବେଶ୍ ପରିଚିତ ଥିଲେ । ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ତଳୀର ବିଧାୟକ ଭାବେ ସେ ଗତ ନିର୍ବାଚନରେ ନିର୍ବାଚିତ ହୋଇଥିଲେ। ପୂର୍ବରୁ ସେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଥରେ ନିର୍ବାଚିତ ହୋଇଥିଲେ । ବିଧାୟକ ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ । ବିଷ୍ଣୁ ସେଠୀ ୫ ଜୁନ୍ ୧୯୬୧ରେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାହିତ୍ୟକ ଭାବେ ମଧ୍ୟ ବେଶ୍ ପରିଚିତ ଥିଲେ । ଏପରିକି ସେ ଶାସକ ଦଳର କଠୋର ସମାଲୋଚକ ଥିଲେ । ତାଙ୍କ ମୃତ୍ୟୁରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ରାଜ୍ୟ ବିଜେପିର ଜଣେ ଟାଣୁଆ ନେତା ଭାବେ ସେ ପରିଚିତ ଥିଲେ । ତାଙ୍କର ମୃତ୍ୟୁ ରାଜ୍ୟ ବିଜେପି ଓ ଓଡ଼ିଶା ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି ।












Click it and Unblock the Notifications