ମନମୋହନଙ୍କ ମନ୍ତବ୍ୟ ପରେ ପ୍ରତିକ୍ରିୟା ରଖିଲେ ସାଂସଦ ଅପରାଜିତା, କହିଲେ ସାରା ଓଡ଼ିଶା ଆନନ୍ଦିତ

କେବଳ କର୍ମୀ ନୁହଁନ୍ତି । ସାରା ଓଡ଼ିଶା ଆନନ୍ଦିତ । ମନମୋହନଙ୍କ ମନ୍ତବ୍ୟ ପରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ତେବେ ଆଜି କେବଳ କର୍ମୀ ନୁହଁନ୍ତି, ସାରା ଓଡ଼ିଶାବାସୀ ଆନନ୍ଦିତ । ସଭାପତି ସ୍ପଷ୍ଟ ଭାବେ କହିଛନ୍ତି ଆମେ ଏକାକୀ ଲଢ଼ିବୁ । ଏହାକୁ ନେଇ ଆମେ ସମସ୍ତେ ଉତ୍ସବ ମନାଇବା ଉଚିତ ବୋଲି ସେ କହିଛନ୍ତି ।

ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ୩ୟ ଥର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର କରିବ ବୋଲି ଦୃଢ଼ୋକ୍ତି ବଢ଼ିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଓଡ଼ିଶାରେ ବିଜେପି ଏକାକୀ ସରକାର ଗଢ଼ିବ ବୋଲି କହିଛନ୍ତି ମନମୋହନ ସାମଲ ।

ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଏକାକୀ ଲଢ଼ିବ ବୋଲି ଦୋହରାଇ କହିଛନ୍ତି ବିଧାୟକ ପ୍ରଦୀପ ପାଣିଗ୍ରାହୀ। ୧୪୭ ଆସନ ପାଇଁ ପ୍ରାର୍ଥୀ ଦେବ ବିଯେପିଁ। ୨୧ ସିଟ୍‌ରେ ସାଂସଦ ପ୍ରାର୍ଥୀ ଦେବ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶାରେ ବିଜେପି ପ୍ରାର୍ଥୀଦେବ ବୋଲି ସେ କହିଛନ୍ତି ।

aparajita saranagi

ଏପଟେ ଆଜି ନବୀନ ନିବାସରେ ଜରୁରୀ ବୈଠକ ବସିବା ନେଇ ସୂଚନା ମିଳିଛି । ଏହି ବୈଠକରେ ମେଣ୍ଟ ସଂପର୍କରେ ହୋଇପାରେ କିଛି ବଡ଼ ନିଷ୍ପତ୍ତି । ବୈଠକକୁ ଦଳର ବରିଷ୍ଠ ନେତାମାନଙ୍କୁ ଡକରା ଯାଇଥିବା ସୂଚନା ମିଳିଛି । ପୂର୍ବରୁ ଗତ ୬ ତାରିଖରେ ନବୀନ ନିବାସରେ ବୈଠକ ହୋଇଥିଲା ଯେଉଁଥିରେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି କହିଥିଲା ବିଜେଡି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+