ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ବ୍ରହ୍ମପୁର ବିଜୟ ସଂକଳ୍ପ ସମାବେଶରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ବିମାନ ଯୋଗେ ବ୍ରହ୍ମପୁର ଯିବେ ।

JP Nadda

ସେଠି ଆମ୍ବପୁଆରେ ବିଜେପିର ବିଶାଳ ସାଧାରଣ ସଭାରେ ଯୋଗ ଦେବେ । ଏହାପରେ ନଡ୍ଡା ଦଳୀୟ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ରଙ୍ଗେଇଲୁଣ୍ଡାରେ ବିଜେପିର ବରିଷ୍ଠ ନେତାମାନେ ଜେପି ନଡ୍ଡାଙ୍କୁ ସ୍ବାଗତ କରିବେ। ସେଠାରୁ ଶ୍ରୀ ନଡ୍ଡା ସାଢ଼େ ୫ଟାରେ ଆମ୍ବପୁଆ ଠାରେ ସାଧାରଣ ସଭାରେ ଯୋଗଦେବେ। ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସିକା, ନବରଙ୍ଗପୁର ଓ କୋରାପୁଟରେ ପ୍ରାର୍ଥୀ ହୋଇଥିବା ସମସ୍ତ ଲୋକସଭା ଓ ବିଧାନସଭା ଆସନର ପ୍ରାର୍ଥୀଙ୍କ ସମେତ ଜିଲ୍ଲା ସଭାପତି, ପଦାଧିକାରୀ ଯୋଗଦେବେ। ସେହିଭଳି ଝାରସୁଗୁଡ଼ାରେ ଆଜି ଭାଜପା ପକ୍ଷରୁ ଅପରାହ୍ନରେ ଏକ ରୋଡ୍ ଶୋ' ଆୟୋଜନ କରାଯିବ । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ରୋଡ୍ ଶୋ'ରେ ଭାଗ ନେବେ ବୋଲି ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+