ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଦ୍ୟୁତ୍ ବିଭ୍ରାଟ୍ ପ୍ରସଙ୍ଗ:ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ
ମୟୂରଭଞ୍ଜ:ବିଜେପି ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ ବେଳେ ବିଦ୍ୟୁତ୍ ବିଭ୍ରାଟ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି । ରାଇରଙ୍ଗପୁର, କରଞ୍ଜିଆ, ଉଦଳାର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବା ପାଇଁ ମିଳିଛି । ବିଜେପି କର୍ମକାର୍ତ୍ତା ୧୮ ଓ ୧୯ ନମ୍ବର ଏନଏଚ୍ ଅବରୋଧ କରିଥିବା ନେଇ ସୂଚନା ରହିଛି ।
ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଭାଷଣ ଦେବା ସମୟରେ ୯ ମିନିଟ୍ ଲାଇଟ୍ କଟିଯାଇଥିବା ପ୍ରସଙ୍ଗରେ ଆଜି ମୟୁରଭଞ୍ଜ ବନ୍ଦ ଡାକରା ଦେଇଛି ମୟୂରଭଞ୍ଜ ଜିଲ୍ଲା ବିଜେପି । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି ।
ରାଇରଙ୍ଗପୁର, କରଞ୍ଜିଆ, ଉଦଳାର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବା ପାଇଁ ମିଳିଛି । ସମସ୍ତ ଦୋକାନ ବଜାର ବନ୍ଦ ରହିବା ସହ ଶହଶହ ଯାନ ବାହନ ରାସ୍ତା ଉପରେ ଅଟକି ରହିଛି ।

ଆନ୍ଦୋଳକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ଗାଡ଼ିଚଳାଚଳ ବନ୍ଦ କରୁଛନ୍ତି । ସେହିପରି କପ୍ତିପଦା ଉପଖଣ୍ତ ଉଦଳାରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଫଳରେ ଆଜି କୋର୍ଟ, କଚେରୀ, ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି ।
ସୂଚନାଥାଉ ଯେ, ମେ'୬ ତାରିଖରେ ବାରିପଦା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ବକ୍ତବ୍ୟ ବେଳେ ୯ ମିନିଟ୍ ପର୍ଯ୍ୟନ୍ତ ଅନ୍ଧାରରେ ନିଜ ଅଭିଭାଷଣ ରଖିଥିଲେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଏହି ସମୟରେ ମଞ୍ଚରେ ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ବିଶ୍ୱବିଦ୍ୟାଳୟର କୁଳପତି ସନ୍ତୋଷ ତ୍ରୀପାଠୀ ଉପସ୍ଥିତ ଥିଲେ । ବିଶ୍ୱବିଦ୍ୟାଳୟର ଜଣେ ବିଦ୍ୟୁତ୍ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି । ସେହିପରି ଏହି ଘଟଣାକୁ ନେଇ କ୍ଷମା ମାଗିବା ସହ ନିଜକୁ ଦାୟୀ କରିଛନ୍ତି କୁଳପତି ପ୍ରଫେସର ସନ୍ତୋଷ ତ୍ରୀପାଠୀ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications