ଲକଡାଉନ୍ ଓ ସଟଡାଉନ୍ ପାଇଁ ହ୍ରାସ ପାଇଛି କରୋନା ପଜିଟିଭ ହାର, ବିଦେଶ ଯିବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଟୀକାକରଣ

ରାଜଧାନୀ କମିଛି କରୋନା ପଜିଟିଭ୍ ହାର । ଲକଡାଉନ୍ ଓ ସଟଡାଉନ୍ ପାଇଁ ଏହା ସଫଳ ହୋଇପାରିଛି । ଏଥି ପାଇଁ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂ ।

ଭୁବନେଶ୍ୱର : ରାଜଧାନୀ କମିଛି କରୋନା ପଜିଟିଭ୍ ହାର । ଲକଡାଉନ୍ ଓ ସଟଡାଉନ୍ ପାଇଁ ଏହା ସଫଳ ହୋଇପାରିଛି । ଏଥି ପାଇଁ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂ । ବିଏମସି ଅଞ୍ଚଳରେ ମାର୍କେଟ ଏରିଆରେ ଗହଳି ସ୍ଥାନରେ ଆରଟିପିସିଆର ଓ ଆଣ୍ଟିଜେନ ଟେଷ୍ଟ କରାଯାଉଛି । ଆଗାମୀ ଦିନରେ ଅନ୍ୟ ଗହଳି ସ୍ଥାନରେ ମୋବାଇଲ ଭ୍ୟାନ ଜରିଆରେ ବାଧ୍ୟତାମୂଳକ ଟେଷ୍ଟିଂ କରାଯିବ । ସେପଟେ ଭୁବନେଶ୍ୱର ହସ୍ପିଟାଲରେ ବେଡ ଉପରୁ ଚାପ ହ୍ରାସ ପାଇଥିବା କହିଛନ୍ତି କମିଶନର ।.

sanjay singh

ପଜିଟିଭ୍ ହାର ହ୍ରାସ ଯୋଗୁଁ ବର୍ତ୍ତମାନ ଦୁଇ ହଜାରରୁ ଅଧିକ ବେଡ ଖାଲି ରହିଛି । 75 ରୁ ଅଧିକ ଆଇସିୟୁ ବେଡ ମଧ୍ୟ ଖାଲି ରହୁଛି । ବିଏମସିକୁ ସରକାର 100ଟି ଅକ୍ସିଜେନ କନସେନଟ୍ରେଟର ଦେଇଛନ୍ତି । ଏଥିପାଇଁ ଏକ ଆପ୍ଲିକେସନ୍ ପ୍ରସ୍ତୁତ କରାଯାଇଛି । ଲୋକେ ଫୋନ କରି ବୁକ କଲେ ବିଏମସି ତରଫରୁ ଘରେ ଅକ୍ସିଜେନ କନସେନଟ୍ରେଟର ଯୋଗାଇ ଦିଆଯିବ । ଦୈନିକ 4 ହଜାରରୁ ଅଧିକ ଟେଷ୍ଟ ହେଉଛି । 60 ବର୍ଷରୁ ଅଧିକ, ଗର୍ଭବତୀ ଓ ଭିନ୍ନକ୍ଷମଙ୍କୁ ଡୋର ଷ୍ଟେପ ଟେଷ୍ଟିଂ ଚାଲୁଛି । ଜୁନ୍ 4 ତାରିଖ ସୁଦ୍ଧା 8 ଲକ୍ଷ 57 ହଜାର 330 ଟିକା ଦିଆସରିଛି ବୋଲି ସୂଚନା ଦେଇଛନ୍ତି ଶ୍ରୀ ସିଂ ।

ଏହାବ୍ୟତୀତ ବୟସ୍କ ଲୋକଙ୍କ ଟିକାକରଣ ପାଇଁ ପିକ୍ ଅପ୍ ବ୍ୟବସ୍ଥା କାର୍ଯ୍ୟ କରୁଛି । ବିଦେଶରେ ପାଠପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ 1929 ରେ ପଂଜିକରଣ କରାଯିବ । ଏହି ଛାତ୍ରଛାତ୍ରୀମାନେ ବିଦେଶକୁ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ତାଙ୍କ ପାଇଁ ଏହି କାର୍ଯ୍ୟକ୍ରମ ଆସନ୍ତାକାଲିଠାରୁ ଆରମ୍ଭ ହେବ । ଏହି ଛାତ୍ରଛାତ୍ରୀଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବା ନେଇ ପଦକ୍ଷେପ ନେଇଛି ବିଏମସି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+