ଭୁବନେଶ୍ବରରେ ଏମିତି ପାଳନ ହେବ ଦଶହରା, ଆସିଲା ଗାଇଡଲାଇନ
ଶାରଦୀୟ ଦୂର୍ଗା ପୂଜା ପାଇଁ ଗାଇଡଲାଇନ ଜାରି କଲା ଭୁବନେଶ୍ୱର ମହାନଗର ନିଗମ(ବିଏମସି) । ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ମନା । ପୂଜାର୍ଚ୍ଚନା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି ।
ଭୁବନେଶ୍ବର: ଶାରଦୀୟ ଦୂର୍ଗା ପୂଜା ପାଇଁ ଗାଇଡଲାଇନ ଜାରି କଲା ଭୁବନେଶ୍ୱର ମହାନଗର ନିଗମ(ବିଏମସି) । ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ମନା । ପୂଜାର୍ଚ୍ଚନା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି । କୌଣସି ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମକୁ ଗାଇଡଲାଇନରେ ବାରଣ କରାଯାଇଛି। ଏହାସହିତ ମେଢ଼ ବିସର୍ଜନ ପାଇଁ ଭସାଣୀ ଶୋଭାଯାତ୍ରା ହୋଇପାରିବ ନାହିଁ ବୋଲି ଗାଇଡଲାଇନରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି । ଅକ୍ଟୋବର ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ କଟକଣା ଲାଗୁ ହେବ ।

ସେହିପରି ମୃଣ୍ମୟୀ ମୂର୍ତ୍ତିର ସର୍ବାଧିକ ଉଚ୍ଚତା ୪ ଫୁଟ ରହିବ । ମଣ୍ଡପର ତିନିଟି ପାର୍ଶ୍ବ ଆବଦ୍ଧ ରହିବ । ପେଣ୍ଡାଲ ବା ଅନ୍ୟ ମଣ୍ଡପରେ ସର୍ବାଧିକ ୭ ଜଣଙ୍କୁ ଅନୁମତି ଦିଆଯିବ । ନିର୍ଦ୍ଦେଶ ମୁତାବକ ଶୋଭାଯାତ୍ରା ହେବନି । ଏହାସହ ନଦୀରେ ମୂର୍ତ୍ତିକୁ ବିସର୍ଜନ କରାନଯାଇ କୁତ୍ରିମ ଜଳାଶୟରେ ବିସର୍ଜନ କରାଯିବ । ଶୋଭାଯାତ୍ରାରେ ସାମିଲ ହେବାକୁ ଥିବା ସମସ୍ତେ ଦୁଇଟି ଡୋଜ ଟିକା ନେବା ବାଧ୍ୟତାମୂଳକ ବୋଲି ବିଏମସି ପକ୍ଷରୁ କୁହାଯାଇଛି ।
ପୂଜା କମିଟି ଓ ଆୟୋଜକମାନେ ପୂଜା ମଣ୍ଡପ ବା ପେଣ୍ଡାଲରେ କୋଭିଡ୍-୧୯ ନିୟମକୁ କଡ଼ାକଡ଼ି ପାଳନ କରିବେ। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଓ ସାନିଟାଇଜେସନ୍ ନିୟମକୁ ପାଳନ କରିବା ସହ ପୋଲିସ କମିଶନରଙ୍କଠୁ ପୂଜା ମଣ୍ଡପ ନିମନ୍ତେ ଅନୁମତି ନେବେ। ପୂଜା କମିଟି ନିଜର ସମସ୍ତ ସଦସ୍ୟଙ୍କୁ କୋଭିଡ୍ ଟିକାର ସାର୍ଟିଫିକେଟ ପାଖରେ ସବୁବେଳେ ରଖିବା ଓ ଯାଞ୍ଚବେଳେ ଦେଖାଇବା ନିମନ୍ତେ ଅବଗତ କରାଇବେ ବୋଲି ବିଏମସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉ କି, ଚଳିତ ବର୍ଷ ଅକ୍ଟୋବର ୧୧ରୁ ୧୫ତାରିଖ ମଧ୍ୟରେ ଦୁର୍ଗାପୂଜା ପାଳନ ହେବ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications