କାଲିଠୁ ଖୋଲିବ ସ୍କୁଲ, ଏହି ସବୁ ନିୟମ ମାନି ସ୍କୁଲ ଯିବେ ଛାତ୍ରଛାତ୍ରୀ
ସ୍କୁଲ ଖୋଲିବା ପୂର୍ବରୁ ରାଜଧାନୀ ଭୁବନେଶ୍ବରେ ବିଏମସି ପକ୍ଷରୁ ଜାରି ହୋଇଛି ଏହି ସହୁ ଗାଇଡ ଲାଇନ । ସ୍କୁଲ କର୍ତ୍ତୃପକ୍ଷ, ଛାତ୍ରାଛାତ୍ରୀ, ଅଭିଭାବକ ସମସ୍ତେ ଏସଓପି ମାନିବାକୁ ବାଧ୍ୟତାମୂଳକ ।
ଭୁବନେଶ୍ବର: ଆସନ୍ତାକାଲିଠାରୁ ରାଜ୍ୟରେ ଖୋଲିବ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ମହାମାରୀ କରୋନା ପାଇଁ ପ୍ରାୟ 9 ମାସ ପରେ ସ୍କୁଲ ଖୋଲୁଛି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । ଆଉ ସ୍କୁଲ ଖୋଲିବା ପୂର୍ବରୁ ରାଜଧାନୀ ଭୁବନେଶ୍ବରେ ବିଏମସି ପକ୍ଷରୁ ଜାରି ହୋଇଛି ଏହି ସହୁ ଗାଇଡ ଲାଇନ । ସ୍କୁଲ କର୍ତ୍ତୃପକ୍ଷ, ଛାତ୍ରାଛାତ୍ରୀ, ଅଭିଭାବକ ସମସ୍ତେ ଏସଓପି ମାନିବାକୁ ବାଧ୍ୟତାମୂଳକ ।
ସ୍କୁଲ ପୂର୍ବରୁ ରାଜଧାନୀର ବିଭିନ୍ନ ସ୍କୁଲ କଲେଜ କର୍ତ୍ତୃପକ୍ଷଙ୍କ ସହିତ ବିଏମ୍ସି ଏକ ଆଲୋଚନା କରିଛି । ସରକାର ଜାରି କରିଥିବା ଗାଇଡ୍ଲାଇନ୍କୁ ସଂପୂର୍ଣ୍ଣ ଭାବେ ପାଳନ କରିବା ପାଇଁ ନିଷ୍ପତ୍ତି ହୋଇଛି ।

ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି, ଯେଉଁ ପିଲାମାନେ ସ୍କୁଲ କଲେଜ ଆସିବେ, ସେମାନଙ୍କ ଅଭିଭାବକଙ୍କଠାରୁ ଲିଖିତ ଅନୁମତି ଜରୁରୀ ଅଟେ । ଏହାକୁ ଶିକ୍ଷାନୁଷ୍ଠାନଗୁଡ଼ିକ ନିହାତି ଭାବେ ମାନିବେ । ସ୍କୁଲ କଲେଜ ଖୋଲିବା ପାଇଁ ରାଜ୍ୟ ସରକାର ଯେଉଁ SOP ପ୍ରସ୍ତୁତ କରିଛନ୍ତି, ତାକୁ କଡ଼ାକଡ଼ି ଭାବେ ପାଳନ କରାଯିବ । ତା ସହିତ ବିଏମ୍ସି ଏକ ହେଲ୍ପ ନମ୍ବର ଜାରି କରିଛି । କୋଭିଡ ସଂପର୍କିତ କିଛି ସମସ୍ୟା ହେଲେ, ଏହି ନମ୍ବରରେ ସ୍କୁଲ କଲେଜ କର୍ତ୍ତୃପକ୍ଷ ବିଏମ୍ସି କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରି ସମସ୍ୟା ସମ୍ପର୍କରେ ଅବଗତ କରାଇପାରିବେ।
ତେବେ ୮ ତାରିଖରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୬ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୮ ଯାଏଁ ସ୍କୁଲ ଚାଲିବ । ସେହିପରି ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ ୨ ତାରିଖ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ଏପ୍ରିଲ ୨୯ରୁ ମେ ୧୪ ଯାଏଁ ହେବ । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ ୩ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications