For Quick Alerts
Turn On Notification  
For Daily Alerts
Oneindia App Download

କାଲିଠୁ ଖୋଲିବ ସ୍କୁଲ, ଏହି ସବୁ ନିୟମ ମାନି ସ୍କୁଲ ଯିବେ ଛାତ୍ରଛାତ୍ରୀ

ସ୍କୁଲ ଖୋଲିବା ପୂର୍ବରୁ ରାଜଧାନୀ ଭୁବନେଶ୍ବରେ ବିଏମସି ପକ୍ଷରୁ ଜାରି ହୋଇଛି ଏହି ସହୁ ଗାଇଡ ଲାଇନ । ସ୍କୁଲ କର୍ତ୍ତୃପକ୍ଷ, ଛାତ୍ରାଛାତ୍ରୀ, ଅଭିଭାବକ ସମସ୍ତେ ଏସଓପି ମାନିବାକୁ ବାଧ୍ୟତାମୂଳକ ।

|

ଭୁବନେଶ୍ବର: ଆସନ୍ତାକାଲିଠାରୁ ରାଜ୍ୟରେ ଖୋଲିବ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ମହାମାରୀ କରୋନା ପାଇଁ ପ୍ରାୟ 9 ମାସ ପରେ ସ୍କୁଲ ଖୋଲୁଛି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । ଆଉ ସ୍କୁଲ ଖୋଲିବା ପୂର୍ବରୁ ରାଜଧାନୀ ଭୁବନେଶ୍ବରେ ବିଏମସି ପକ୍ଷରୁ ଜାରି ହୋଇଛି ଏହି ସହୁ ଗାଇଡ ଲାଇନ । ସ୍କୁଲ କର୍ତ୍ତୃପକ୍ଷ, ଛାତ୍ରାଛାତ୍ରୀ, ଅଭିଭାବକ ସମସ୍ତେ ଏସଓପି ମାନିବାକୁ ବାଧ୍ୟତାମୂଳକ ।

ସ୍କୁଲ ପୂର୍ବରୁ ରାଜଧାନୀର ବିଭିନ୍ନ ସ୍କୁଲ କଲେଜ କର୍ତ୍ତୃପକ୍ଷଙ୍କ ସହିତ ବିଏମ୍‌ସି ଏକ ଆଲୋଚନା କରିଛି । ସରକାର ଜାରି କରିଥିବା ଗାଇଡ୍‌ଲାଇନ୍‌କୁ ସଂପୂର୍ଣ୍ଣ ଭାବେ ପାଳନ କରିବା ପାଇଁ ନିଷ୍ପତ୍ତି ହୋଇଛି ।

School Opening

ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି, ଯେଉଁ ପିଲାମାନେ ସ୍କୁଲ କଲେଜ ଆସିବେ, ସେମାନଙ୍କ ଅଭିଭାବକଙ୍କଠାରୁ ଲିଖିତ ଅନୁମତି ଜରୁରୀ ଅଟେ । ଏହାକୁ ଶିକ୍ଷାନୁଷ୍ଠାନଗୁଡ଼ିକ ନିହାତି ଭାବେ ମାନିବେ । ସ୍କୁଲ କଲେଜ ଖୋଲିବା ପାଇଁ ରାଜ୍ୟ ସରକାର ଯେଉଁ SOP ପ୍ରସ୍ତୁତ କରିଛନ୍ତି, ତାକୁ କଡ଼ାକଡ଼ି ଭାବେ ପାଳନ କରାଯିବ । ତା ସହିତ ବିଏମ୍‌ସି ଏକ ହେଲ୍ପ ନମ୍ବର ଜାରି କରିଛି । କୋଭିଡ ସଂପର୍କିତ କିଛି ସମସ୍ୟା ହେଲେ, ଏହି ନମ୍ବରରେ ସ୍କୁଲ କଲେଜ କର୍ତ୍ତୃପକ୍ଷ ବିଏମ୍‌ସି କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରି ସମସ୍ୟା ସମ୍ପର୍କରେ ଅବଗତ କରାଇପାରିବେ।

ତେବେ ୮ ତାରିଖରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୬ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୮ ଯାଏଁ ସ୍କୁଲ ଚାଲିବ । ସେହିପରି ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ ୨ ତାରିଖ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ଏପ୍ରିଲ ୨୯ରୁ ମେ ୧୪ ଯାଏଁ ହେବ । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ ୩ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
BMC Release SOP For Opening School From Tomorrow
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X