Get Updates
Get notified of breaking news, exclusive insights, and must-see stories!

ଆହୁରି ଦକ୍ଷ ଓ କ୍ରିୟାଶୀଳ ହେବ ବିଏମସି : ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର : ଭୁବନେଶ୍ବର ମହାନଗର ନିଗମ ହେବ ଆହୁରି ଦକ୍ଷ । ଆଉ ସେଥିପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ନେଇଛନ୍ତି । ବିଏମସିକୁ ଅଧିକ କ୍ରିୟାଶୀଳ କରି କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି । ନିଗମ ପାଇଁ ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ପୂର୍ବରୁ ୨୧୦ଟି ପଦବୀ ଥିବା ବେଳେ ଏବେ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି । ନୂତନ ଭାବେ ୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ କମିଶନର ପଦବୀ ସୃଷ୍ଟି ହୋଇଛି । ଡ୍ରେନେଜ ବିଭାଗରେ ଆଉ ୨୦ଟି ନୂଆ ପଦବୀ ସୃଷ୍ଟି ହୋଇଛି । ପ୍ରତି ୱାର୍ଡ ପାଇଁ ସ୍ବତନ୍ତ୍ର ୱାର୍ଡ ଅଫିସର ବି ନିଯୁକ୍ତି ହେବେ ।

ଭୁବନେଶ୍ବର ମହାନଗର ନିଗମ ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ । ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ବରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସଂପନ୍ନ ସହରର ଐତିହାସିକ ମର୍ଯ୍ୟଦାର ସୁରକ୍ଷା ଦିଗରେ ଭୁବନେଶ୍ବର ମହାନଗର ନିଗମର ଗୁରୁଦାୟିତ୍ବ ରହିଛି ।

naveen_patnaik

କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଏହାର ଦାୟିତ୍ବ ନିୟମିତ ଭାବେ ବଢିଚାଲିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି । ଏହାଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ, ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି । ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମଧ୍ୟ ସୃଷ୍ଟି କରାଯାଇଛି ।

ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ, ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇ, ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି । ଏହାସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୩ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ରଖାଯାଇଛି ।

ନିଗମର ଅର୍ଥ ବିଭାଗରେ ୧୧ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଯୋଜନା ବିଭାଗରେ ୪ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ୧୭ଟି ନୂତନ ପଦବୀ, ସାନିଟେସନ (ଇଂଜିନିୟରିଂ) ବିଭାଗରେ ୫ଟି ନୂତନ ପଦବୀ, ଡ୍ରେନେଜ ବିଭାଗରେ ୨୦ଟି ପଦବୀ, ମେକାନିକାଲ ବିଭାଗରେ ୨ଟି, ଆଇନ ବିଭାଗରେ ଗୋଟିଏ, ଲୋକସଂପର୍କ ବିଭାଗରେ ୨ଟି, ସୌନ୍ଦର୍ଯ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭ଟି, ପ୍ରାଣୀକଲ୍ୟାଣ ବିଭାଗରେ ୪ଟି, ସାମାଜିକ କଲ୍ୟାଣ ବିଭାଗରେ ୧୩ଟି, ବିପର୍ଯ୍ୟୟ ଓ ଜରୁରୀ ସେବା ବିଭାଗରେ ଗୋଟିଏ, ଏନ୍‌ଫୋର୍‌ସମେଣ୍ଟ ବିଭାଗରେ ୧୯ଟି, ଅମଲା ବିଭାଗରେ ୯୩ଟି ଏବଂ ୱାର୍ଡ ଅଫିସ ବିଭାଗରେ ୧୮୭ଟି ନୂତନ ପଦବୀ ସୃଷ୍ଟି କରାଯାଇଛି ।

ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି । ସେହିପରି ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ ରୁ ୧୩କୁ ବୃଦ୍ଧି କରାଯାଇଛି ଏବଂ ସିଭିଲ ଜୁନିଅର ଇଂଜିନିୟରିଂ ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି ।

ପରିମଳ (ଇଂଜିନିୟରିଂ) ଏକ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ଏଥିରେ ମଧ୍ୟ ୫ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ), ଗୋଟିଏ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିଅର ଇଂଜିନିୟର (ପରିମଳ) ଅନ୍ତର୍ଭୁକ୍ତ ।

ସେହିପରି ଡ୍ରେନେଜ ବିଭାଗରେ ୨୦ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ, ୭ଟି ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ୧୨ଟି ଜୁନିଅର ଇଂଜିନିୟର ପଦବୀ ରହିଛି ।

ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ଟି ପଦବୀ ନୂତନ ପଦବୀ ସୃଷ୍ଟି କରାଯାଇଛି । ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା । ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୨୬୮ ହେଲା । ପୂର୍ବରୁ ୱାର୍ଡ ଅଫିସର ପଦବୀ ନ ଥିବା ବେଳେ, ଏଥିରେ ୬୭ଟି ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଯାହାକି ଆଗକୁ ବହୁତ୍ ସାହାଯ୍ୟ କରିବ । ୱାର୍ଡର ସମସ୍ୟା ଖୁବ୍ ଶୀଘ୍ର ସମାଧାନ ହେବ ।

ସେହିପରି ୱାର୍ଡ ରେଭେନ୍ୟୁ ଅଫିସର (ଟ୍ୟାକ୍‌ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି । ସାନିଟାରୀ ଇନ୍‌ସପେକ୍ଟର ପଦବୀ ସଂଖ୍ୟା ୬ଟି ଥିବାବେଳେ, ଏଥିରେ ୬୧ଟି ନୂଆ ପଦବୀ ଯୋଗ କରାଯାଇଛି । ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି । ଏହି ପଦବୀରେ ନିଯୁକ୍ତି ହେବା ପରେ ପୂର୍ବ ଅପେକ୍ଷା ବିଏମସି ଆହୁରି ସଶକ୍ତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+