ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ
ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ । ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ । ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଡଙ୍ଗା ଓ ମେସିନକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ ଚିଲିକା ଭିତରେ ଅଛନ୍ତି ଆଜି ସୁଧା ଫେରି ଆସିବାକୁ ଅନୁରୋଧ କରାଯାଇଛି । ଜିଲ୍ଲା ମତ୍ସ୍ୟ ବିଭାଗ ଅଧିକାରୀଙ୍କ ପକ୍ଷରୁ ଡାକବାଜି ଯନ୍ତ୍ରରେ ସତର୍କ କରାଯାଉଛି।

ରାଜ୍ୟ ସରକାର ବିଭିନ୍ନ ବିଭାଗକୁ ନେଇ ସତର୍କ କରାଇଛନ୍ତି। ସ୍ବତନ୍ତ୍ର ରିଲିଫ କମିସନର ପକ୍ଷରୁ ନେଇ ପ୍ରସ୍ତୁତି ଜାରି ରହିଛି। ସେହିପରି ଜଳ ସମ୍ପଦ ବିଭାଗ ମଧ୍ୟ ନିଜର ଅଧିକାରୀମାନଙ୍କୁ ସତର୍କ ଓ ପ୍ରସ୍ତୁତ ରହିବାକୁ କହିଛି। ସମ୍ଭାବ୍ୟ ବାତ୍ୟା ପାଇଁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସମୀକ୍ଷା କରିଛନ୍ତି। ସେ କହିଛନ୍ତି, ବାତ୍ୟା ପାଇଁ ସ୍କୁଲ ଛୁଟି ନେଇ ଆଜି ନିଷ୍ପତ୍ତିି ନିଆଯିବ। ଆଜି ସମସ୍ତ ସରକାରୀ କର୍ମଚାରୀ ଅଫିସରେ ରହିବେ। ଅଧିକାରୀଙ୍କ ଛୁଟି ବାତିଲ ନେଇ କାଲି ନିଷ୍ପତ୍ତି ହେବ। ଛୁଟି ହେବ କି ନାହିଁ ଆଜି ନିଷ୍ପତ୍ତି ନିଆଯିବ।












Click it and Unblock the Notifications