ଓ୍ବାୟନାଡ ଭୂସ୍ଖଳନରେ ନିଖୋଜ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମିଳିଲା ମୃତଦେହ, ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ଓ୍ବାୟନାଡର ଭୂସ୍ଖଳନରେ ନିଖୋଜ ଥିବା ଓଡ଼ିଆ ଡାକ୍ତରଙ୍କ ମୃତ ଦେହ ମିଳିଛି । ମୃତଦେହ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କର ହୋଇଥିବା ସୂଚନା ମିଳିଛି। କେରଳ ଓ୍ବାୟନାଡରେ ହୋଇଥିବା ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୫୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମଙ୍ଗଳବାର ୨ ଓଡ଼ିଆ ପୁଅ ନିଖୋଜ ହୋଇଯାଇଥିଲେ। ତନ୍ମଧ୍ୟରୁ ଜଣଙ୍କ ମୃତଦେହ ମିଳିଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

Obayanad landslide

ମୃତଦେହ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କର ହୋଇଥିବା ସୂଚନା ମିଳିଛି। ମୃତଦେହ ପୁନଃ ଚିହ୍ନଟ ପରେ ଓଡ଼ିଶା ଆଣିବାକୁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ୨ ଅଧିକାରୀଙ୍କୁ କେରଳ ପଠାଯାଇଥିଲା। ବିଷ୍ଣୁଙ୍କ ମୃତ୍ୟୁ ନେଇ ପରିବାର ପକ୍ଷରୁ କୌଣସି ସୂଚନା ମିଳିନାହିଁ। ଅନ୍ୟ ଜଣେ ନିଖୋଜ ଡାକ୍ତର ସ୍ବାଧୀନ ପଣ୍ଡାଙ୍କ ଏଯାଏଁ ପତ୍ତା ମିଳିନି।

ସୂଚନାଥାଉ କି, କେରଳର ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ୨ ଓଡ଼ିଆ ଡାକ୍ତର ନିଖୋଜ ଥିଲେି। ୨ ଡାକ୍ତରଙ୍କ ଉଦ୍ଧାର ପାଇଁ ଅପରେସନ ଜାରି ରହିଥିଲା। ୨ ଓଡ଼ିଆ ଡାକ୍ତର ଓ ସେମାନଙ୍କ ସ୍ତ୍ରୀ କେରଳ ବୁଲିବାକୁ ଯାଇଥିଲେ । ହେଲେ ସେଠାରେ ଘଟିଥିବା ଭୂସ୍ଖଳନରେ ଡାକ୍ତର ଦ୍ୱୟ ନିଖୋଜ ହୋଇଯାଇଥିବାବେଳେ ସେମାନଙ୍କ ସ୍ତ୍ରୀ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନିଖୋଜ ଡାକ୍ତରଙ୍କୁ ଉଦ୍ଧାର କରିବା ପାଇଁ ପରିବାର ଲୋକେ ରାଜ୍ୟ ସରକାରଙ୍କୁ ନିବେଦନ କରିଥିଲେ। କଟକ ଜିଲା ଚୌଦ୍ୱାରସ୍ଥିତ ହାଉସିଂ ବୋର୍ଡ ଅଞ୍ଚଳରେ ରହୁଥିବା ହାଇଟେକ ମେଡିକାଲର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରା, ସ୍ତ୍ରୀ ତଥା ଡ୍ରିମ୍ସ କଲେଜ ଅଧ୍ୟାପିକା ପ୍ରିୟଦର୍ଶିନୀ, ଡା.ସ୍ବାଧୀନ ପଣ୍ଡା ଓ ତାଙ୍କ ସ୍ତ୍ରୀ ସ୍ବୀକୃତି ମହାପାତ୍ର ଗତ ୨୬ ତାରିଖରେ ବେଙ୍ଗାଲୁରୁ ଏବଂ କେରଳ ବୁଲିବାକୁ ଯାଇଥିଲେ। କେରଳର ୱାୟନାଡର ଲିନରା ଭିଲ୍ଲାରେ ରାତ୍ରିଯାପନ କରିଥିଲେ। ସୋମବାର ରାତି ପ୍ରାୟ ୨ଟାରେ ଭୂସ୍ଖଳନ ସହ ମାଟି ମିଶା ପାଣି ଜନବସତି ଅଞ୍ଚଳକୁ ମାଡ଼ି ଆସିଥିଲା।

ଏନେଇ ବିଷ୍ଣୁଙ୍କ ବାପା ତଥା ପ୍ରତିରକ୍ଷା ବିଭାଗର ଅବସରପ୍ରାପ୍ତ କର୍ମଚାରୀ ପ୍ରମୋଦ କୁମାର ଚିନାରା କହିଛନ୍ତି, ରାତି ପ୍ରାୟ ୨ଟାରେ ବନ୍ୟାପାଣି ମାଡ଼ି ଆସିଲା। ଏହାପରଠାରୁ ବିଷ୍ଣୁଙ୍କ ପତ୍ତା ମିଳୁନି। ପ୍ରିୟଦର୍ଶିନୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ସକାଳ ୬ଟାରେ ଫୋନ ଯୋଗେ ଏ ସମ୍ପର୍କରେ ପ୍ରିୟଦର୍ଶିନୀ ମୋତେ ଜଣାଇଥିଲେ। ଡା. ଚିନାରା ୨ ବର୍ଷ ତଳେ ପ୍ରିୟଦର୍ଶିନୀଙ୍କୁ ବିବାହ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+