ବ୍ରାଇଡାଲ୍ ମେକଅପ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପନୀ ଉତ୍ସବ, ଯୋଗଦେଲେ ମିଶନ ଶକ୍ତି କମିଶନର
ବ୍ରାଇଡାଲ୍ ମେକଅପ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପନୀ ଉତ୍ସବ, ଯୋଗଦେଲେ ମିଶନ ଶକ୍ତି କମିଶନର । ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ଭାଗ ନେଇଥିଲେ ।

ଭୁବନେଶ୍ୱର: ଯୁଗ ସହ ପାଦରେ ପାଦ ମିଶାଇ ଆଗେଇ ଚାଲିଛନ୍ତି ମହିଳା । ଆଜି ମହିଳା ଶକ୍ତି ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ବିଶ୍ୱ ଦକ୍ଷତା କେନ୍ଦ୍ର ଦ୍ୱାରା ମହିଳା ସଶକ୍ତିକରଣ ପାଇଁ ଓଡ଼ିଶା ବ୍ରାଇଡାଲ୍ ମେକ୍ଅପ୍ ପ୍ରଶିକ୍ଷଣ ଦିଆଯାଇଥିଲେ । ଯେଉଁଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ଭାଗ ନେଇଥିଲେ ।
ଆଜି ପୂର୍ବାହ୍ନରେ ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ଦ୍ୱାରା ଆୟୋଜିତ ଓଡ଼ିଶା ବ୍ରାଇଡାଲ ମେକ୍ ଅପ୍ ପାଠ୍ୟକ୍ରମ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବରେ ରାଜ୍ୟ ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ସୁଜାତା ଆର୍. କାର୍ତ୍ତିକେୟନ୍ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀରୁ ଆସି ପ୍ରଶିକ୍ଷଣ ନେଉଥିବା ୪୦ ଜଣ କୃତୀ ମହିଳାଙ୍କୁ 'ବ୍ରାଇଡ୍ ଅଫ୍ ଓଡ଼ିଶା' ଉତ୍ତରଣ ଏବଂ ପ୍ରଶିକ୍ଷଣ ପ୍ରମାଣ ପତ୍ର ପ୍ରଦାନପୂର୍ବକ ସେମାନଙ୍କୁ ଉତ୍ସାହିତ କରିଥିଲେ ।
ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ଏବଂ ମିଶନ ଶକ୍ତି ସଚିବଙ୍କ ନେତୃତ୍ୱରେ ସଫଳ ହୋଇଛି ବୋଲି ଟ୍ରେନିଂ ନେଇଥିବା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ପ୍ରକାଶ କରିଥିଲେ । ଏହାଦ୍ୱାରା ସେମାନେ ନିଜ ନିଜ ଜିଲ୍ଲାମାନଙ୍କରେ ଆତ୍ମନିର୍ଭରଶୀଳ ଓ ରୋଜଗାରକ୍ଷମ ହୋଇ ପାରିବେ ବୋଲି ପ୍ରକାଶ କରିଥିଲେ । ସେମାନେ ନିଜ ଜୀବନରେ କିଛି ଭିନ୍ନ କରିବାକୁ ଚାହୁଁଛନ୍ତି, ସେମାନଙ୍କୁ ଏଥି ନିମନ୍ତେ ସୁଯୋଗ ଯୋଗାଇଦେବା ଦିଗରେ ମିଶନ ଶକ୍ତି ମାଧ୍ୟମରେ ବ୍ରାଇଡାଲ୍ ମେକ୍ଅପ୍ ପାଠ୍ୟକ୍ରମ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି । ଯାହାଫଳରେ ସେମାନେ ରୋଜଗାରର ସ୍ୱତନ୍ତ୍ର ପନ୍ଥା ତିଆରି କରି ପାରିବେ ।
ଏହି ଅବସରରେ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ଅଭିଜ୍ଞତା ଉପସ୍ଥାପନ କରିଥିଲେ । ଏ ପରି ପ୍ରଶିକ୍ଷଣ ଦ୍ୱାରା ସେମାନେ ଆତ୍ମନିର୍ଭରଶୀଳ ହୋଇ ପାରିବେ ଏବଂ ସେମାନଙ୍କ ଅଞ୍ଚଳର ଅନ୍ୟ ମହିଳାମାନଙ୍କୁ ତାଲିମ ଦେଇ ସ୍ୱାବଲମ୍ବୀ କରାଇବାରେ ସହାୟକ ହୋଇ ପାରିବେ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଳକା ମିଶ୍ର, କେନ୍ଦ୍ରର ଅଧ୍ୟକ୍ଷ ସଂଗରଣ ଗୋପାଳ,
ଉପାଧ୍ୟକ୍ଷ ଶୁଭଙ୍ଗ କିଶୋର ଦାସଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications