ଘରେ ନିଆଁଲାଗି ଜୀବନ୍ତ ଜଳିଗଲେ ୨ ଶିଶୁ
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଘରେ ନିଆଁ ଲାଗିଯିବାରୁ ଦୁଇଟି ଶିଶୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ପ୍ରାଥମିକ ସୂଚନା ମିଳିଛି। ଦୁଇ ଶିଶୁ ଘରେ ଥିବା ବେଳେ କୌଣସି କାରଣରୁ ସେଠାରେ ନିଆଁ ଲାଗିଯାଇଥିଲା । ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ।
ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି। ଏହାଛଡ଼ା ଘରେ ଥିବା ବହୁତ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଛି। ତେବେ ଘରେ କେମିତି ନିଆଁ ଲାଗିଲା ଜଣାପଡ଼ି ନାହିଁ। ଆଜି ସକାଳେ ବାପାମା' ବାହାରେ କୌଣସି କାମ କରୁଥିବା ବେଳେ ଭାଇଭଉଣୀ ଘରେ ଥିଲେ। ଏହି ସମୟରେ ଘରେ ନିଆଁ ଲାଗିଯାଇଥିଲା।

ଭାଇଭଉଣୀଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ଲୋକେ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନଥିଲା। ସେତେବେଳକୁ ନିଆଁ ଚାରିଆଡକୁ ବ୍ୟାପି ଯାଇଥିଲା। ଗ୍ରାମବାସୀ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଘଟଣାକୁ ନେଇ ଗ୍ରମରେ ଶୋକର ଛାୟା ଖେଳିଯାଇଛି।












Click it and Unblock the Notifications