ନା ଡ଼ର .. ନା ଭୟ!ସର୍ବ ସମ୍ମୁଖରେ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ବର: ରାଜଧାନୀର ରସୁଲଗଡ଼ ଓଭରବ୍ରିଜ୍‌ରେ ଯୁବକଙ୍କ ମୁଣ୍ଡ କାଟି ହତ୍ୟା ଘଟଣା । ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ । ହତ୍ୟାକାଣ୍ଡରେ ସାମିଲ ଥିବା ସନ୍ଦେହରେ ତିନି ଜଣ ଯୁବକଙ୍କୁ ଏକ ଅଜ୍ଞାତ ସ୍ଥାନରେ ଅଟକ ରଖି ପଚରାଉଚରା କରୁଛି ପୋଲିସ। ଘଟଣାର ସାମ୍ନାକୁ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ହତ୍ୟାକାଣ୍ଡ ଘଟଣା କଏଦ ହୋଇଛି। ଅଭିଯୁକ୍ତମାନେ କେମିତି ହତ୍ୟା କରି ବାଇକରେ ଚମ୍ପଟ ମାରୁଛନ୍ତି ତାହା ରେକର୍ଡ ହୋଇଛି। ଦୁଇ ଜଣ ଅଭିଯୁକ୍ତ ବାଇକରେ ଆସି ଘଟଣାସ୍ଥଳରେ ପହଞ୍ଚି ଥିଲେ। ବ୍ୟାଗରୁ ଏକ ଖଣ୍ଡା ବାହାର କରି ସହଦେବ ନାୟକଙ୍କୁ ଆକ୍ରମଣ କରିଥିଲେ। ପରେ ପୁଣି ବାଇକରେ ବସି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ତେବେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୁଲିସ ଏବେ ତନାଘନା ଜାରି ରଖିଛି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୁଧବାର ବୀଭତ୍ସ ହତ୍ୟା କରାଯାଇଛି। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଛି।

murder

ମୃତକ ହେଲେ କେଦାରପଲ୍ଲି ଅଞ୍ଚଳର ସହଦେବ ନାୟକ । ସେ ସଫେଇ କର୍ମଚାରୀ କଂଘର ସଭାପତି ଥିଲେ । ଆଜି ସକାଳୁ ଝିଅକୁ ସ୍କୁଲରେ ଛାଡି ସ୍କୁଟରରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି । ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ । ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ପତ୍ନୀଙ୍କ ସାଂଘାତିକ ଅଭିଯୋଗ ଆଣିଛନ୍ତି।

ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦିକାନ୍ଦି ଅଭିଯୋଗ କରିଛନ୍ତି । ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି/ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ସ୍ବାମୀ ସକାଳୁ ଝିଅକୁ ସ୍କୁଲ ଛାଡିବାକୁ ବାହାରିଥିଲେ। ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+