ବିବାଦ ପରେ କ୍ଷମା ମାଗିଲେ ବୁଦ୍ଧାଦିତ୍ୟ ମହାନ୍ତି, କହିଲେ ଏମିତି

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ସାମାଜିକ ଗଣମାଧ୍ୟମରେ କରିଥିପା ପୋଷ୍ଟ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। ବିବାଦ ପରେ ତୁରନ୍ତ ପୋଷ୍ଟ ହଟାଇଥିବା କହିଛନ୍ତି ବୁଦ୍ଧାଦିତ୍ୟ। ଭୁଲବଶତଃ ଏଭଳି ପୋଷ୍ଟ କରିଥିବା ସେ କହିଛନ୍ତି। ସମଗ୍ର କଂଗ୍ରେସ ପରିବାର ଓ ରାହୁଲ ଗାନ୍ଧୀଙ୍କୁ ବୁଦ୍ଧାଦିତ୍ୟ କ୍ଷମା ପ୍ରାର୍ଥନା କରିଛନ୍ତି। ଏଭଳି ଭୁଲ୍ ନହେବା ପାଇଁ ଆଗକୁ ସତର୍କ ରହିବି ବୋଲି କହିଛନ୍ତି ବୁଦ୍ଧାଦିତ୍ୟ ମହାନ୍ତି।

ସୂଚନାଯୋଗ୍ୟ, ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ କ୍ୟାପିଟାଲ ଥାନାରେ ଛାତ୍ର କଂଗ୍ରେସ ପକ୍ଷରୁ ଏତଲା ଦିଆଯାଇଥିଲା। ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟକୁ ନେଇ ଛାତ୍ର କଂଗ୍ରେସ ଅଭିଯୋଗ କରିଥିଲା। ଏହି ଅଭିଯୋଗକୁ ପୁଲିସ ଗ୍ରହଣ କରିବା ସହ ଘଟଣାର ତଦନ୍ତ କରୁଛି। ଅଭିଯୋଗ ଅନୁସାରେ, ଅଭିନେତା ବୁଦ୍ଧାଦିତ୍ୟ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ବୟାନ ରଖି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଫଟୋ ସହ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିଥିଲେ।

ଲରେନ୍ସଙ୍କ ଫଟୋ ପୋଷ୍ଟ କରି ରାହୁଲ ପରବର୍ତ୍ତୀ ଟାର୍ଗେଟ ବୋଲି ବୁଦ୍ଧାଦିତ୍ୟ ଲେଖିଥିବା ଅଭିଯୋଗରେ ଛାତ୍ର କଂଗ୍ରେସ ପକ୍ଷରୁ ଦର୍ଶାଯାଇଥିଲା। ଏନେଇ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ କହିଥିଲେ ଯେ, ବୁଦ୍ଧାଦିତ୍ୟ ଉକ୍ତ ପୋଷ୍ଟକୁ ଡିଲିଟ୍‌ କରିଛନ୍ତି, ଯେଉଁଭଳି ସେ ଭୁଲ୍‌ ପୋଷ୍ଟ କରିଥିଲେ ସେଭଳି ସାମାଜିକ ଗଣମାଧ୍ୟମରେ କ୍ଷମା ମାଗନ୍ତୁ, ନଚେତ୍‌ ଆଗାମୀ ଦିନରେ ତାଙ୍କୁ ବାଟ ଚଲାଇ ଦେବୁନାହିଁ। କାଳି ମାଡ଼ କରିବୁ ବୋଲି ଛାତ୍ର କଂଗ୍ରେସ ଚେତାବନୀ ଦେଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+