କାଲି ବଜେଟ ଅଧିବେଶନ, ୨୮ ପ୍ଲାଟୁନ ଫୋର୍ସ ଦେବେ ସୁରକ୍ଷା

ଆସନ୍ତା କାଲି ଠାରୁ ଆରମ୍ଭ ହେବ ବଜେଟ ଅଧିବେଶ । ଏଥି ପାଇଁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଛି । କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୨୮ ପ୍ଲାଟୁନ ଫୋର୍ସ ବିଧାନସଭା ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହେବେ । ଏହି ସୁରକ୍ଷା ବ୍ୟବସ୍ଥା ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଟିମ୍, କ୍ୱିକ୍ ଆକ୍ସନ ଟିମ୍, ଡଗ୍ ସ୍କ୍ୱାଡ୍ ସହ ଅଗ୍ନିଶମ ବିଭାଗର ଟିମ୍ ଉପସ୍ଥିତ ରହିବେ । ତିନି ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଂଚଳକୁ ପୋଲିସ ଛାଉଣୀ କରିଛି।

Odisha Legislative Assembly

ବିଧାନସଭାରୁ ଆରମ୍ଭ କରି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ତା'ର ନିକଟବର୍ତ୍ତୀ ରାସ୍ତାରେ ସିସିଟିଭି ଲଗାଯାଇଛି । ସନ୍ଦିଗ୍ଧଙ୍କ ସହ ଆନ୍ଦୋଳନକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯିବ । ଏଥିସହ ୫ଟି ସ୍ଥାନରେ ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍ କରାଯାଇଛି । ଡିସିପି ପ୍ରତୀକ ସିଂଙ୍କ ନେତୃତ୍ୱରେ ୮ଜଣ ଅତିରିକ୍ତ ଡିସିପି, ୧୬ ଜଣ ଏସିପିଙ୍କ ସହ ୧୦୦ରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ହେବେ। ସେହିପରି ବିଧାନସଭାକୁ ସଂଯୋଗ କରୁଥିବା ୫ଟି ରୁଟକୁ ମଧ୍ୟ ଡାଇଭର୍ଟ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+