'ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାର: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଖାରବେଳ ଭବନରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ବିଭାଗର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିଛନ୍ତି ।

ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳିବ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା:

ପୁର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ତରଫରୁ ରାସ୍ତା ଓ ସେତୁ ନିର୍ମାଣର ଅଗ୍ରଗତି ସହ ଓଡ଼ିଶାରେ ଜାତୀୟ ରାଜପଥର ଉନ୍ନତିକରଣ ସମ୍ପର୍କରେ ଆଲୋଚନା ହୋଇଛି । କୃଷି ବିଭାଗ ତରଫରୁ ଶୀତଳ ଭଣ୍ଡାର ଖୋଲାଯିବା ନେଇ ଆଲୋଚନା କରାଯାଇଛି । ବିଦ୍ୟାଳୟ ଉନ୍ନତିକରଣ, ଜଳ ସମ୍ପଦ ବିଭାଗ ପ୍ରକଳ୍ପଗୁଡିକର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଛି । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର 4ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ଟଙ୍କା ଦେବା ସହିତ ଆଗାମୀ ଦ୍ୱିତୀୟ କିସ୍ତି ପ୍ରଦାନ ସମ୍ପର୍କିତ ଆଲୋଚନା ହୋଇଛି ।

Chief Minister

ପୋଲିସ ସେବା ସୁଦୃଢ଼ୀକରଣକୁ ଗୁରୁତ୍ୱ:

ପୋଲିସ ସେବା ସୁଦୃଢ଼ୀକରଣକୁ ଗୁରୁତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ସଚିବମାନଙ୍କୁ ନୂଆ ନୂଆ କାର୍ଯ୍ୟକ୍ରମ କରିବାକୁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, "ଅନେକ ବିଭାଗ ଭଲ କାମ କରିଛନ୍ତି । ମୋଟାମୋଟି ଭାବେ କାର୍ଯ୍ୟ ଓ ଖର୍ଚ୍ଚ ଠିକ ଚାଲିଛି ।" ସମସ୍ତଙ୍କୁ ବିଭାଗ ପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

'ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାର'

ବୈଠକରେ ଆର୍ଥିକ ବର୍ଷ 2024-25 ବଜେଟ ମୁତାବକ ଅଦ୍ୟାବଧି ହୋଇଥିବା ଖର୍ଚ୍ଚ ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ଯେଉଁ ସବୁ ବିଭାଗରେ ଅଦ୍ୟାବଧି ଖର୍ଚ୍ଚ କମ ହୋଇଛି, ସେହିସବୁ ବିଭାଗକୁ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟ ସମସ୍ତ ବିଭାଗଙ୍କୁ ମଧ୍ୟ ଅନୁରୂପ ଭାବେ ଆଗାମୀ ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ସେବା ଓ ଭିତ୍ତିଭୂମିର ଉନ୍ନତି, ସାମାଜିକ ସୁରକ୍ଷା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆୟୁଷ୍ମାନ ଭାରତ - ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ବିକଶିତ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ 2036 ପାଇଁ 3 ଲକ୍ଷ 20 ହଜାର ପ୍ରସ୍ତାବ ଆସିଛି । ସେଥିରୁ ଭଲ ଭଲ ପ୍ରସ୍ତାବଗୁଡି଼କୁ ଗ୍ରହଣ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଉତ୍କର୍ଷ ଓଡ଼ିଶା ଆୟୋଜନ ଏବଂ ଓଡ଼ିଶାରେ ପୁଞ୍ଜିନିବେଶ ପ୍ରତିଶ୍ରୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ନିଜ ନିଜ ବିଭାଗକୁ ଶକ୍ତିଶାଳୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+