Get Updates
Get notified of breaking news, exclusive insights, and must-see stories!

ରାସ୍ତା ତଳକୁ ଖସିଗଲା ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଗଜପତି: ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡ଼ିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଯାଇଛନ୍ତି ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତି ରେ ମୋହନା ଥାନା ହିକିରିକୁପା ଗ୍ରାମ ନିକଟରେ RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଛି l

ପ୍ରାୟ 35 ଯାତ୍ରୀଙ୍କୁ ଧରି ଆର.ବି. କୋଚ୍ ନାମକ ଘରୋଇ ବସ୍‌ ଗତ ରାତିରେ ବ୍ରହ୍ମପୁରଠାରୁ ଇନ୍ଦ୍ରାବତି ଯାଉଥିଲା । ଏହି ସମୟରେ ହିକିରିକୁପା ଗାଁ ନିକଟସ୍ଥ ବୁଲାଣିଆ ରାସ୍ତାରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ବସ୍‌ଟି ରାସ୍ତାର ବାମ ପଟ ତଳକୁ ଖସିଯାଇଥିଲା ।

bus accident

ଖବର ପାଇ ମୋହନା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଯାତ୍ରୀମାନଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ । ଏଥିରେ କେହି ଆହତ ହୋଇ ନ ଥିବା ଜଣାଯାଇଛି । ଯାତ୍ରୀମାନଙ୍କୁ ଅନ୍ୟ ବସ୍‌ ଯୋଗେ ନିଜ ନିଜ ଗନ୍ତ୍ୟବ୍ୟ ସ୍ଥଳକୁ ପଠାଇବାର ବ୍ୟବସ୍ଥା କରାଯାଇଥିଲା ।

ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ବେଳେ କେହି ମୃତାହତ ହୋଇ ନ ଥିବା ବସ୍ ଡ଼୍ରାଇଭର କହିଛନ୍ତି । ଷ୍ଟିଅରିଂ ଲକ୍ ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଗାଡିଚାଳକ କହିଛନ୍ତି l ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+