ବସ ଓ ହାଇୱା ମୁହାଁମୁହିଁ ଧକ୍କା, ଡ୍ରାଇଭର ମୃତ, ୪ ଗୁରୁତର
ପୁଣି ବସ ଦୁର୍ଘଟଣା। ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି । ଅନୁଗୁଳ ଜିଲ୍ଲା ଜରପଡ଼ା ଛକରେ ଯାତ୍ରୀବାହୀ ବସ୍ ଓ ବାଲି ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି ।

ରାୟପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଯା୍ତ୍ରୀବାହୀ ଡଲଫିନ୍ ବସ୍ ଜରପଡ଼ା ଛକ ନିକଟରେ ରାତି ପ୍ରାୟ ସାଢେ ୩ଟା ବେଳେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ବସ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୪ଜଣ ଗୁରୁତର ହୋଇଥିବା ବେଳେ ତାଙ୍କୁ ଅନୁଗୁଳ ଜିଲ୍ଲା ଚିକିତ୍ସାଳୟରେ ଭର୍ତି କରାଯାଇଛି । ୩୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତଯାଇଛନ୍ତିି ।
ସୁଚନା ଯୋଗ୍ୟ ଯେ, ଡଲଫିନ୍ ନାମକ ଏକ ଘରୋଇ ନାଇଟ କୋଚ୍ ବସ୍ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିଲା। ଆଜି ଭୋର ୪ଟା ସମୟରେ ବସ୍ଟି ଦୁର୍ଘଟଣାଗ୍ରସ୍ତ ହାଇୱାକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍ ଡ୍ରାଇଭରର ମୃତ୍ୟୁ ଘଟିଛି। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।












Click it and Unblock the Notifications