ପୁଣି ବଢ଼ିଲା ବସ୍ ଭଡ଼ା: ଜାଣନ୍ତୁ, କେଉଁ ବସରେ ଗଲେ ଦେବେ କେତେ ଟଙ୍କା ?
ପୁଣି ବଢ଼ିଲା ବସ୍ ଭଡ଼ା । ତୈଳଦର ବଢୁଥିବାରୁ ରାଜ୍ୟରେ ପୁଣି ବୃଦ୍ଧି ହୋଇଛି ବସ୍ ଭଡା । ସାଧାରଣ ବସ୍ ଭଡା କିଲୋମିଟର ପିଛା ୮୭ରୁ ୯୦ ପଇସାକୁ ବୃଦ୍ଧି ।
ଭୁବନେଶ୍ୱର: ପୁଣି ବଢ଼ିଲା ବସ୍ ଭଡ଼ା । ତୈଳଦର ବଢୁଥିବାରୁ ରାଜ୍ୟରେ ପୁଣି ବୃଦ୍ଧି ହୋଇଛି ବସ୍ ଭଡା । ସାଧାରଣ ବସ୍ ଭଡା କିଲୋମିଟର ପିଛା ୮୭ରୁ ୯୦ ପଇସାକୁ ବୃଦ୍ଧି ।

ସେହିପରି ଏକ୍ସପ୍ରେସ୍ ବସ ଭଡା କିଲୋମିଟର ପିଛା ୯୧ରୁ ୯୪ ପଇସାକୁ ବୃଦ୍ଧି ପାଇଛି । ତା ସହିତ ଡିଲକ୍ସ ବସ ଭଡା ୧ଟଙ୍କା ୨୫ ପଇସାରୁ ୧ ଟଙ୍କା ୩୧ ପଇସାକୁ ବୃଦ୍ଧି ପାଇଛି ଓ ଏସି ଡିଲକ୍ସ ଭଡା ୧ ଟଙ୍କା ୫୩ ପଇସାରୁ ୧ଟଙ୍କା ୫୯ ପଇସାକୁ ବୃଦ୍ଧି ପାଇଛି । ଅନ୍ୟପଟେ ସୁପର ପ୍ରିମିୟମ ଭଡା ୨ ଟଙ୍କା ୩୮ ପଇସାରୁ ୨ ଟଙ୍କା ୪୭ ପଇସାକୁ ବୃଦ୍ଧି ପାଇଛି । ବସ୍ ଭଡ଼ା ବୃଦ୍ଧି ନେଇ ଘରୋଇ ବସ୍ ମାଲିକ ସଂଘ ସାଧାରଣ ସମ୍ପାଦକ ମଧ୍ୟ ସୂଚନା ଦେଇଛନ୍ତି ।
ଦେଶରେ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଓଡ଼ିଶାରେ ପେଟ୍ରୋଲ ଲିଟର ପିଛା ଦର ୧୦୭ ଟଙ୍କାରୁ ଊର୍ଦ୍ଧ୍ୱ ରହିଛି । ସେହିପରି ଡିଜେଲ ୯୬ ଟଙ୍କାରୁ ଉର୍ଦ୍ଧ୍ୱ ରହିଛି । ଲଗାତାର ୧୩୭ ଦିନ ଧରି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ପୁଣି ମାର୍ଚ୍ଚ ୨୨ ତାରିଖରୁ ମୂଲ୍ୟବୃଦ୍ଧି ପ୍ରକ୍ରିୟା ଆରମ୍ଭ ହୋଇଛି। ଫଳରେ ପାଞ୍ଚ ଦିନରେ ଲିଟର ପିଛା ଡିଜେଲ ଓ ପେଟ୍ରୋଲ ଦର ୪ ଟଙ୍କା ପର୍ଯ୍ୟନ୍ତ ମହଙ୍ଗା ହୋଇଛି ।
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....











Click it and Unblock the Notifications