Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବସ ଚଳାଚଳ ହେଲା ସ୍ୱାଭାବିକ

ଭୁବନେଶ୍ୱର: ଆଜି ଘରୋଇ ବସ୍ କର୍ମଚାରୀ ଓ ମାଲିକଙ୍କ ମଧ୍ୟରେ ବିବାଦକୁ ନେଇ କୋରାପୁଟରୁ ୪୦ଟି ରୁଟରେ ବସ ଚଳାଚଳ ବନ୍ଦ କରାଯାଇଥିଲା । ଯେଉଁଥିପାଇଁ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଥିଲେ । ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଥିଲେ ।

ଏହା ପରେ ଏହି ସମସ୍ୟାର ଫିଟିଥିଲା ବାଟ । ଆଉ ବର୍ତ୍ତମାନ ବସ୍ ଚଳାଚଳ ହୋଇଛି ସ୍ୱାଭାବିକ । ସୂଚନା ଅନୁସାରେ, ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ ,

MOHAN CHARAN MAJHI

ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ୱାଭାବିକ ହୋଇଛି । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ଯାହା ଫଳରେ ଏବେ କୋରାପୁଟ ଜିଲାରେ ବସ୍ ଚଳାଚଳ ସ୍ୱାଭାବିକ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+