Get Updates
Get notified of breaking news, exclusive insights, and must-see stories!

ଏହି ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିଲା ବସ୍ ଧର୍ମଘଟ

ଭୁବନେଶ୍ୱର: ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟାବ୍ୟାପୀ ବସ୍ ଧର୍ମଘଟ ସ୍ଥଗିତ ରହିଛି । ସରକାରଙ୍କ ସହ ଆଲୋଚନା କରିବା ପରେ ଏପରି ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ । ତେବେ ବିଭିନ୍ନ ଦାବି ପୂରଣ ନେଇ ବସ୍ ଧର୍ମଘଟ ଡାକରା ଦେଇଥିଲା ବସ୍ ମାଲିକ ସଂଘ । ଆଜି ସିଏମଓ ଓ ବସ୍ ମାଲିକ ସଂଘ ବୈଠକ ବାସିଥିଲା । ତେବେ ବୈଠକ ସଫଳ ହୋଇନଥିଲା ହେଲେ ସକାରାତ୍ମକ ଆଲୋଚନା ହୋଇଥିବା ନେଇ
ସଂଘ ପକ୍ଷରୁ କୁହାଯାଇଛି ।

ସୂଚନାଥାଉ ଯେ, ଆସନ୍ତା ଅକ୍ଟୋବର ୧୦ ତାରିଖରୁ ସାରା ରାଜ୍ୟରେ ବସ୍ ଧର୍ମଘଟ ହେବା ସହ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ଅଲ ଓଡିଶା ବସ୍ ମାଲିକ ସଂଘର ସାଧାରଣ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ଓଡ଼ିଶା ବସ୍ ମାଲିକ ସଂଘ ର ବିରୋଧ କରିଥିଲା । ଏହି ଯୋଜନାକୁ ବିରୋଧ କରି ସାରା ରାଜ୍ୟରେ ହେବ ବସ୍ ଧର୍ମଘଟ ଡାକରା ଦିଆଯାଇଥିଲା । ଏ ନେଇ ଅଲ୍ ଓଡିଶା ବସ୍ ମାଲିକ ସଂଘ ସାଧାରଣ ପରିଷଦରେ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା ।

Bus strike

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଗାଁରୁ ବ୍ଲକ ହେଡକ୍ବାର୍ଟରକୁ ଯାତ୍ରୀ ପରିବହନ ସୁଗମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଯାହାକି ଘରୋଇ ବସ୍ ମାଲିକଙ୍କୁ ଘୋର କ୍ଷତି ପହଞ୍ଚାଇବା ସହ ଏହା ଉପରେ ନିର୍ଭର କରି ଚଳୁଥିବା ହଜାର ହଜାର କର୍ମଚାରୀଙ୍କ ପେଟ ପାଟଣାକୁ ଲାତ ବୋଲି କହିଛି ଘରୋଇ ବସ୍ ମାଲିକ ସଂଘ ।

ସୂଚନାଥାଉକି, ଆସନ୍ତା 2 ତାରିଖରେ ମାଲକାନଗିରିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହୋଇଥିଲା । ଆଉ ସେଦିନ ଅବିଭକ୍ତ କୋରାପୁଟ ଜିଲ୍ଲାର କୋରାପୁଟ, ମାଲକାନଗିରି, ଜୟପୁର ଏବଂ ନବରଙ୍ଗପୁରକୁ କୌଣସି ଘରୋଇ ବସ୍ ଚଳାଚଳ କରି ନଥିଲା । ବସ ଧର୍ମଘଟ ଦେଖିବାକୁ ମିଳିଥିଲା । ତାପରେ ଅକ୍ଟୋବର 10 ରୁ ସାରା ରାଜ୍ୟରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ ଚାଲିବ । ଗତ ୨୭ତାରିଖରେ ମଧ୍ୟ ବୈଠକରେ ବନ୍ଦ କରିବାକୁ ନେଇ ନିଷ୍ପତ୍ତି ନେଇଥିଲେ । ହେଲେ ସରକାର ଆଲୋଚନାକୁ ଡାକିଲେ ନାହିଁ କି ଦିଆଯାଇଥିବା ସ୍ମାରକ ପତ୍ର ମୁତାବକ କୌଣସି ଦାବି ମାନିଲେ ନାହିଁ ସରକାର ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+