ବସ୍ ଧର୍ମଘଟ ନେଇ ୮ ତାରିଖରେ ନିଆଯିବ ନିଷ୍ପତ୍ତି
ବସ୍ ଧର୍ମଘଟ ନେଇ ୮ ତାରିଖରେ ନିଆଯିବ ନିଷ୍ପତ୍ତି । ପ୍ରେସ୍ ମିଟ୍ରେ ଘରୋଇ ବସ୍ ମାଲକ ସଂଘର ଘୋଷଣା । ୧ ତାରିଖରେ ୧୦ଟି ଜିଲ୍ଲାରେ ହେବ ବସ୍ ଧର୍ମଘଟ । ଭବାନୀପାଟଣା ସହ ଆଖପାଖ ୧୦ ଜିଲ୍ଲାରେ ଧର୍ମଘଟ ଚେତାବନୀ ଦେଲା ସଙ୍ଘ ।
ସଂଘ କହିଛି ଯଦି ସେଦିନ ବ୍ଲକରୁ ଜିଲ୍ଲା ବସ ଚାଲିବ ତେବେ ଭାବନୀପାଟଣାରେ ୨୪ ଘଣ୍ଟା ପାଇଁ ବସ ଧର୍ମଘଟ ହେବ । କେବଳ ଭବାନୀପାଟଣା ନୁହେଁ ପାଖଆଖ ୧୦ଟି ଜିଲ୍ଲା ଧର୍ମଘଟରେ ସାମିଲ ହେବ । ଏହା ସହ ବୈଠକରେ ଆହୁରି ଏକ ନିଷ୍ପତ୍ତି ମଧ୍ୟ ହୋଇଛି। ରାଜନୀତିକ ଦଳକୁ ସଭା ସମିତି ପାଇଁ ବସ୍ ଦିଆଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଛି ।

ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ପରିଷଦରେ ତୀବ୍ର ବିରୋଧ କରାଯାଇଥିଲା ।ଗାଁରୁ ବ୍ଲକ ହେଡକ୍ବାର୍ଟରକୁ ଯାତ୍ରୀ ପରିବହନ ସୁଗମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଯାହାକି ଘରୋଇ ବସ୍ ମାଲିକଙ୍କୁ ଘୋର କ୍ଷତି ପହଞ୍ଚାଇବା ସହ ଏହା ଉପରେ ନିର୍ଭର କରି ଚଳୁଥିବା ହଜାର ହଜାର କର୍ମଚାରୀଙ୍କ ପେଟ ପାଟଣାକୁ ଲାତ ବୋଲି କହିଛି ଘରୋଇ ବସ୍ ମାଲିକ ସଂଘ ।
ରାଜ୍ୟରେ ଲକ୍ଷ୍ମୀବସ ଚଳାଚଳକୁ ବିରୋଧ କରି ଧର୍ମଘଟକୁ ଓହ୍ଲାଇଛି ଘରୋଇବସ ମାଲିକ ସଂଘ। ସଂଘ, ଲକ୍ଷ୍ମୀ ଯୋଜନାରେ ଘରୋଇ ବସ୍କୁ ସାମିଲ କରିବାକୁ ଦାବି ରଖିଛି । ଏପ୍ରସଙ୍ଗରେ ସରକାରଙ୍କ ସହ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା ମଧ୍ୟ ହୋଇଛି ।
ସୂଚନାଥାଉକି, ଆସନ୍ତା 2 ତାରିଖରେ ମାଲକାନଗିରିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହୋଇଥିଲା । ଆଉ ସେଦିନ ଅବିଭକ୍ତ କୋରାପୁଟ ଜିଲ୍ଲାର କୋରାପୁଟ, ମାଲକାନଗିରି, ଜୟପୁର ଏବଂ ନବରଙ୍ଗପୁରକୁ କୌଣସି ଘରୋଇ ବସ୍ ଚଳାଚଳ କରି ନଥିଲା । ବସ ଧର୍ମଘଟ ଦେଖିବାକୁ ମିଳିଥିଲା ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications