ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ
କୋଇଡା ବ୍ଲକ୍ କେ.ବଲାଙ୍ଗ ଥାନା ନିକଟ ଜାତୀୟ ରାଜପଥ ୫୨୦ ଠାରେ ରାଉରକେଲାରୁ କୋଇଡାକୁ ଆସୁଥିବା ଏକ ଘରୋଇ ବସ୍ "ଲିଙ୍ଗରାଜ" ଅପରପାର୍ଶରୁ ଆସୁଥିବା ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଛି । ଯାତ୍ରୀବାହୀ ବସ୍ ରଙ୍ଗ ରୁଟ୍ରେ ଯାଇ ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ୧୦ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି।

ସମସ୍ତ ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ୫୨୦ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ରାସ୍ତା ଅସମ୍ପୂର୍ଣ୍ଣ ଯୋଗୁ ଘଟୁଛି। ଏବେ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପୋଲିସ ଏବଂ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ମୃତଦେହଗୁଡ଼ିକ ଲହୁଣିପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଛି।












Click it and Unblock the Notifications