ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ଜାତୀୟ ଗଣମାଧ୍ୟମ ଏବିପି ନ୍ୟୁଜ ଓ ସି- ଭୋଟର ସର୍ଭେରେ ଏହି ରିପୋର୍ଟ ପ୍ରକାଶ କରିଛି। ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ସମସ୍ତଙ୍କୁ ପଛରେ ପକାଇଛନ୍ତି ନବୀନ ।

ଭୁବନେଶ୍ୱର: ପୁଣି ନମ୍ବର ୱାନ୍ ନବୀନ । ଦେଶର ଶ୍ରେଷ୍ଠ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ନବୀନ ପଟ୍ଟନାୟକ ପ୍ରଥମ । ଜାତୀୟ ଗଣମାଧ୍ୟମ ଏବିପି ନ୍ୟୁଜ ଓ ସି- ଭୋଟର ସର୍ଭେରେ ଏହି ରିପୋର୍ଟ ପ୍ରକାଶ କରିଛି। ଏହି ସର୍ଭେରେ ଦେଶର ସମସ୍ତ ୫୪୩ ଲୋକସଭା ଆସନରୁ ଲୋକମାନେ ଅଂଶଗ୍ରହଣ କରିଛନ୍ତି। ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ସମସ୍ତଙ୍କୁ ପଛରେ ପକାଇଛନ୍ତି ନବୀନ ।

Naveen Patnaik

ସର୍ଭେ ଅନୁସାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ତୃତୀୟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଥିବାବେଳେ ଚତୁର୍ଥରେ କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ, ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି । ଷଷ୍ଠ ସ୍ଥାନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ । ନବମରେ ଗୋଆ ସିଏମ ପ୍ରମୋଦ ସାୱନ୍ତ ଏବଂ ଦଶମରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ରହିଛନ୍ତି।

C-Voter Survey

ସେହିପରି କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାରରେ କେଉଁ ରାଜ୍ୟର ଲୋକମାନେ କେତେ ଖୁସି? ଏହାର ଉତ୍ତରରେ ୬୬ ପ୍ରତିଶତ ଲୋକ ସାରା ଦେଶରେ ଖୁସି ଥିବାବେଳେ ୩୦ ପ୍ରତିଶତ ଅସନ୍ତୁଷ୍ଟ ଏବଂ ୪ ପ୍ରତିଶତ ଲୋକ କିଛି କହିପାରିବେ ନାହିଁ ବୋଲି ସର୍ଭେରୁ ଜଣାପଡ଼ିଛି। ତେବେ କେନ୍ଦ୍ର ସରକାରର କାମରେ ଓଡିଶାର ଲୋକମାନେ ଅଧିକ ଖୁସି। ଓଡ଼ିଶାର ୯୧ ପ୍ରତିଶତ ଲୋକ କେନ୍ଦ୍ର କାମରେ ଖୁସି ଅଛନ୍ତି। ସେହିପରି ପଞ୍ଜାବର ୬୪ ପ୍ରତିଶତ ଲୋକ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+