ଶ୍ରୀ ଜଗନ୍ନାଥ ବିମାନ ବନ୍ଦର ପାଇଁ ଟେଣ୍ଡର ଆହ୍ୱାନ, 21 ରୁ ଅନଲାଇନରେ ଆରମ୍ଭ ହେବ ଆବେଦନ
ପୁରୀ: ଶ୍ରୀକ୍ଷେତ୍ରରେ ହେବାକୁ ଥିବା ବିମାନ ବନ୍ଦର ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି । 22 ଶହ 3 କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି ।

ଏହା ପରେ ଚଳିତ ମାସ 21 ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ଆବେଦନ ଆରମ୍ଭ ହେବ । ଅପ୍ରେଲ 21 ତାରିଖରେ ଟେଣ୍ଡର ଖୋଲାଯିବ । ଇଡକୋ ପକ୍ଷରୁ ଏହି ଟେଣ୍ଡର ଆହ୍ୱାନ କରାଯାଇଛି । ତିନି ବର୍ଷ ମଧ୍ୟରେ ପିପିପି ମୋଡରେ ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର କାର୍ଯ୍ୟ ଶେଷ କରାଯିବ ।
ଏହାପରେ ଭବ୍ୟ ଅନୁଭବ ପାଇବେ ଶ୍ରଦ୍ଧାଳୁ । ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ଏହା ସହ ପର୍ଯ୍ୟଟନ କ୍ଷେତ୍ରରେ ମିଳିବ ଅଦ୍ଭୁତପୂର୍ବ ସଫଳତା । ଏୟାରପୋର୍ଟ ନିର୍ମାଣକୁ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଓ ପଦକ୍ଷେପକୁ ସାଧାରଣରେ ସ୍ୱାଗତ କରାଯାଇଛି ।
1 ହଜାର 164 ଏକର ପରିମିତ ଅଞ୍ଚଳରେ ନିର୍ମାଣ ହେବ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର । ବିମାନ ଚଳାଚଳ ବିଭାଗର ସ୍ୱତନ୍ତ୍ର ଦଳ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିସାରିଛନ୍ତି । ପ୍ରସ୍ତାବିତ ବିମାନ ବନ୍ଦର ଶେଷ ହୋଇପାରିଲେ ପୁରୀ ଐତିହ୍ୟ ନଗରୀର ସ୍ୱପ୍ନ ସାକାର ହୋଇପାରିବ ବୋଲି ସେବାୟତ ଓ ବୁଦ୍ଧିଜୀବୀ ଆଶା ରଖିଛନ୍ତି ।












Click it and Unblock the Notifications