ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କ୍ୟାନସର ହସ୍ପିଟାଲ୍‌

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କ୍ୟାନସର ହସ୍ପିଟାଲ୍‌ । ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀଙ୍କ ମଧ୍ୟରେ ବୈଠକ ପରେ ଏହି ନିଷ୍ପତ୍ତି ହୋଇଛି ।

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କ୍ୟାନସର ହସ୍ପିଟାଲ୍‌ । ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀଙ୍କ ମଧ୍ୟରେ ବୈଠକ ପରେ ଏହି ନିଷ୍ପତ୍ତି ହୋଇଛି । 650 କୋଟି ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ। ଆଗାମୀ 3 ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାର ଲକ୍ଷ୍ୟ ରହିଛି ।

 Cancer Hospital to Established in Bhubaneswar

ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ୪ ଶହ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବ। ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟ ୧୦ ଏକର ଜମି ଯୋଗାଇବ। ଆଗାମୀ ୩ ବର୍ଷ ମଧ୍ୟରେ କ୍ୟାନସର ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। କ୍ୟାମ୍ପସରେ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଖୋଲାଯିବ। ଏଥତ୍ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର ପ୍ରଧାନ।

ସେହିପରି କ୍ୟାନସର ହସ୍ପିଟାଲରେ ନିଯୁକ୍ତ ହେବାକୁ ଥିବା ମେଡିକାଲ କର୍ମଚାରୀ ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ବିଭାଗୀୟ ମନ୍ତ୍ରଣାଳୟ ତରଫରୁ ଏକ 'ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର' ଖୋଲାଯାଇ ପ୍ରଶିକ୍ଷଣ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ଓଡ଼ିଶା ସମେତ ସମଗ୍ର ଭାରତର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଉଛନ୍ତି । ଓଡ଼ିଶା ତଥା ପୂର୍ବ ଭାରତର ସ୍ୱାସ୍ଥ୍ୟସେବାକୁ ପ୍ରାଧାନ୍ୟ ଦେଇ ଏହି ପଦକ୍ଷେପ ନେଇଥିବାରୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖୁସିବ୍ୟକ୍ତ କରିଛନ୍ତି । ଏହି ହସ୍ପିଟାଲ ନିର୍ମାଣ ହେଲେ ଓଡ଼ିଶାବାସୀ ଉପକୃତ ହୋଇପାରିବେ ଓ ଏହି କ୍ଷେତ୍ରରେ ଅଧିକରୁ ଅଧିକ ଗବେଷଣା ହୋଇପାରିବ ବୋଲି ସେ କହିଛନ୍ତି । ଏହି ବୈଠକରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଟଟା ମେମୋରିଆଲ ସେଣ୍ଟରର ଅଧିକାରୀ, ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଓ ଆଟୋମିକ ଏନର୍ଜି ବିଭାଗର ବରିଷ୍ଠ ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+