ଗର୍ଭସ୍ଥ ଶିଶୁର ମୃତ୍ୟୁ ମାମଲା ; ଆକ୍ସନ ମୁଡ଼ରେ ଆସିଲେ ଉପ ମୁଖ୍ୟମନ୍ତ୍ରୀ ଦେଲେ ତଦନ୍ତ ନିର୍ଦ୍ଦେଶ

ଗର୍ଭ ଯନ୍ତ୍ରଣାରେ ଛଟପଟ କିରାଣିଙ୍କୁ ସିଡିପିଓ ଡାକ୍ତରଖାନା ନଛାଡିବାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏପରିକି ସେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ସହ କଥା ମଧ୍ୟ ହୋଇଛନ୍ତି।

prabhati parida

ସୂଚନା ଅନୁସାରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ଯ୍ୟରତ ବରିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ର ୭ମାସର ଗର୍ଭବତୀ ଥାଇ ମଧ୍ୟ ନିୟମିତ କାର୍ଯ୍ୟାଳୟକୁ ଆସି କାର୍ଯ୍ୟ କରୁଥିଲେ। ଗତ ଶୁକ୍ରବାର କାର୍ଯ୍ୟାଳୟରେ ବର୍ଷାଙ୍କର ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ସେ ଡାକ୍ତରଖାନା ଯିବା ପାଇଁ ବିଭାଗୀୟ ଅଧିକାରୀ ସିଡିପିଓ ସ୍ନେହଲତା ସାହୁଙ୍କୁ ନିବେଦନ କରିଥିଲେ। ମାତ୍ର ସେ ତାଙ୍କୁ ଏଥିପାଇଁ ଅନୁମତି ନ ଦେଇ ଦୁର୍ବ୍ୟବହାର କରିଥିଲେ। ଏହାପରେ ଗର୍ଭ ଯନ୍ତ୍ରଣାରେ ସେ ଅସୁସ୍ଥ ହୋଇପଡିଥିଲେ। ଏ ବିଷୟରେ ସମ୍ପର୍କୀୟମାନେ ଖବର ପାଇ ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ାର ଏକ ଘରୋଇ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଗର୍ଭରେ ଥିବା ନବଜାତକର ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଥିଲେ। ମହିଳା ଜଣକ ଏବେ ସେହି ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ଏ ନେଇ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣିରେ ପୀଡିତାଙ୍କ ପରିବାର ଲୋକେ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିବା ସହ ନ୍ୟାୟ ଭିକ୍ଷା କରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିବେଦନ କରିଥିଲେ। ତେବେ ଏହି ଘଟଣାରେ ଉପମୁଖ୍ୟମନ୍ତ୍ରୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କୁ ତଦନ୍ତ ଦାୟିତ୍ଵ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+