ବାଲେଶ୍ଵର ଟ୍ରେନ ଟ୍ରାଜେଡି: ଗିରଫ ହୋଇଥିବା ତିନି ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା ସିବିଆଇ
ଭୁବନେଶ୍ୱର: ବାଲେଶ୍ଵରରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ଗିରଫ ହୋଇଥିବା ତିନିଜଣ ରେଳ ଅଧିକାରୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ । ଏହି ଦୁର୍ଘଟଣାରେ ୨୯୨ ଜଣଙ୍କ ଜୀବନ ଯାଇଛି ।
ଅଭିଯୁକ୍ତ ସିନିୟର ସେକ୍ସନ ଇଞ୍ଜିନିୟରିଂ ଅରୁଣ ମହାନ୍ତି, ସେକ୍ସନ ଇଞ୍ଜିନିୟରିଂ ମହମ୍ମଦ ଅମ୍ମୀର ଖାନ ଓ ଟେକ୍ନିସିଆନ ପପୁ କୁମାରଙ୍କୁ ସିଆରପିସିର ଧାରା ୩୦୪ ଓ ଧାରା ୨୦୧ ଆଧାରରେ ଗିରଫ କରାଯାଇଥିଲା ।
ଗତ ଜୁଲାଇ ୭ ତାରିଖ ଦିନ ଏହି ତିନି ଜଣଙ୍କୁ ଗିରଫ କରିଥିଲା ସିବିଆଇ । ତିନି ଜଣଙ୍କୁ ସିଆରପିସିର ଧାରା ୩୦୪ ଅର୍ଥାତ ହତ୍ୟାକାଣ୍ଡ ପାଇଁ ଦାୟୀ ଓ ଧାରା ୨୦୧ ଅର୍ଥାତ ଅପରାଧିକ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ଗିରଫ କରିଥିଲା ସିବିଆଇ । ୩ ଅଭିଯୁକ୍ତଙ୍କ ବିରୋଧରେ ଜାଣିଶୁଣି ମୃତ୍ୟୁ ମୁହଁକୁ ଠେଲିଦେବା ଓ ଅପରାଧ ଘଟାଇ ପ୍ରମାଣ ନଷ୍ଟ ପରି ଅଭିଯୋଗ ଲଗାଇଥିଲା ସିବିଆଇ ।

ଉଲ୍ଲେଖଥାଉ କି, ଗତ ଜୁନ୍ ମାସ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା । ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା ।
ଠିକ୍ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍ । ଏହି ଭୟଙ୍କର ଦୁର୍ଘଟଣାରେ ୨୯୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା ।












Click it and Unblock the Notifications