IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍
IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍ । ବିଷ୍ଣୁପଦଙ୍କ ସରକାରୀ କ୍ବାର୍ଟର୍ସରେ ପହଞ୍ଚିଲେ CBIର ୮ ଜଣିଆ ଟିମ୍। ବ୍ରିଜ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍କୁ ନେଇ ଖୋଳତାଡ଼ କରୁଛି CBI।
ବିଷ୍ଣୁପଦଙ୍କ ଭୁବନେଶ୍ବର ସ୍ଥିତ ସରକାରୀ ଭବନରେ ଚାଲିଛି ରେଡ୍। ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ଏବେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଛି । ପୂର୍ବରୁ ତାଙ୍କୁ ସବିଆଇ ପକ୍ଷରୁ ଡାକରା ଆସିଥିବାବେଳେ ସେ କିନ୍ତୁ ଯାଇ ହାଜର ହୋଇନଥିଲେ। ଏବେ ଖୋଦ୍ ସିବିଆଇ ତାଙ୍କ ଘରେ ରେଡ ପକାଇଛି। କିନ୍ତୁ ସବୁ ଅଭିଯୋଗକୁ ଗଣମାଧ୍ୟମ ଆଗରେ ଖଣ୍ଡନ କରିଛନ୍ତି ଖୋଦ୍ ବିଷ୍ଣୁପଦ।

ସେ କହିଛନ୍ତି, ମୁଁ ଗତ ୩୦ ବର୍ଷ ହେଲା ଓଡିଶା ସରକାରରେ ନିଷ୍ଠାର ସହ କାମ ମରିଛି । କେବେ କୌଣସି କାମରେ ଖିଲାପ କରିନାହିଁ । ଏବେ ସିବିଆଇ ମୋ ଉପରେ ଯେଉଁସବୁ ଅଭିଯୋଗ ଆଣୁଛି ସେସବୁ ଭିତ୍ତିହୀନ ବରଂ ତାଙ୍କୁ ଅଯଥା ସମସ୍ୟାରେ ପକାଇବାକୁ ଚେଷ୍ଟା କରାଯାଉଥିବା କହିଛନ୍ତି ବିଷ୍ଣୁପଦ । ତାଙ୍କୁ ମାନସିକ ହଇରାଣ କରାଯାଉଥିବା ସେ କହିଛନ୍ତି।












Click it and Unblock the Notifications