ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ରର ମଞ୍ଜୁରୀ - ଧର୍ମେନ୍ଦ୍ର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ଲେଖିବା ପରେ ତ୍ୱରିତ ପଦକ୍ଷେପ ସ୍ୱରୂପ ଚଳିତ ଖରିଫ୍ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ ଉଷୁନା ଚାଉଳ ସଂଗ୍ରହ କରିବା ନେଇ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି ।

ଭାରତୀୟ ଖାଦ୍ୟ ନିଗମ(ଏଫସିଆଇ) ଦ୍ୱାରା ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଚିଠିର ପ୍ରତ୍ୟୁତ୍ତରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ । ଅନୁରୋଧକୁ ରକ୍ଷା କରି ତ୍ୱରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ଏହି ପଦକ୍ଷେପ ଦ୍ୱାରା ଓଡ଼ିଶାର ଲକ୍ଷାଧିକ ଚାଷୀ ଉପକୃତ ହେବେ ବୋଲି ସେ କହିଛନ୍ତି।

ପ୍ରକାଶ ଥାଉ କି, ଗତ ଜାନୁଆରୀ ୧୬ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବିଭାଗୀୟ ମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଚିଠି ଲେଖି ଏ ସମ୍ପର୍କରେ ଅବଗତ କରାଇଥିଲେ । ସେ କହିଥିଲେ ଚଳିତ ଥର ଓଡ଼ିଶାରେ ଭଲ ଅମଳ ହୋଇଥିବା କାରଣରୁ ରାଜ୍ୟରୁ ମୋଟ ପ୍ରାୟ ୭୯ ଲକ୍ଷ ମେଟ୍ରିକ ଟନ୍ ଖରିଫ ଚାଉଳ ସଂଗ୍ରହ କରାଯିବା ନେଇ ଆକଳନ କରାଯାଇଛି । ପ୍ରାରମ୍ଭିକ ଆବଣ୍ଟନରେ କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବିପଣନ ଋତୁରେ ୪୪.୨୮ ଲକ୍ଷ ମେଟ୍ରିନ ଟନ୍ ଚାଉଳ କିଣିବା ନେଇ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ।

Dharmendrapradhan

ତେବେ ଏନ୍ଏଫ୍ଏସ୍ଏ, ଏସଏଫଏସଏ ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ପାଇଁ ଓଡ଼ିଶା ସରକାରଙ୍କ ନିଜସ୍ୱ ଚାଉଳର ଆବଶ୍ୟକତା ପୂରଣ କରିବା ବ୍ୟତୀତ ପର୍ଯ୍ୟାପ୍ତ ପରିମାଣର ଉଷୁନା ଚାଉଳ ବଳକା ରହିଯାଇପାରେ । ଏହି ବଳକା ଚାଉଳ ଏଫସିଆଇ ଦ୍ୱାରା ଉଠାଣ ହେବାର ଆବଶ୍ୟକତା ରହିଛି । ଓଡ଼ିଶାର ଚାଷୀଙ୍କ ଜୀବନଜୀବିକାକୁ ସୁରକ୍ଷିତ ରଖିବା ପାଇଁ ଏହି ପଦକ୍ଷେପ ବିଶେଷ ସହାୟକ ହେବ । ବିଶେଷ ଭାବରେ ଯେଉଁମାନେ ଧାନ ଚାଷରେ ନିର୍ଭରଶୀଳ, ଏହା ଦ୍ୱାରା ସେମାନେ ଉପକୃତ ହୋଇପାରିବେ ବୋଲି ଶ୍ରୀ ପ୍ରଧାନ କହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+