ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ ଓଡିଶାରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍

ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶାରେ ପହଞ୍ଚିଲା କେନ୍ଦ୍ରୀୟ ଟିମ୍, ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣୱାଲଙ୍କ ନେତୃତ୍ୱରେ ପହଞ୍ଚିଲା ଟିମ୍, ୭ ଜଣିଆ କେନ୍ଦ୍ରୀୟ ଟିମ୍‌ରେ ଅଛନ୍ତି ୪ ଜଣ ବରିଷ୍ଠ ଓଡ଼ିଆ ଅଫିସର ।

ଭୁବନେଶ୍ବର: ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶାରେ ପହଞ୍ଚିଲା କେନ୍ଦ୍ରୀୟ ଟିମ୍, ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣୱାଲଙ୍କ ନେତୃତ୍ୱରେ ପହଞ୍ଚିଲା ଟିମ୍, ୭ ଜଣିଆ କେନ୍ଦ୍ରୀୟ ଟିମ୍‌ରେ ଅଛନ୍ତି ୪ ଜଣ ବରିଷ୍ଠ ଓଡ଼ିଆ ଅଫିସର ।

Central Team

ତେବେ ଏମାନେ ଆସନ୍ତାକାଲି ବାତ୍ୟା ଅଞ୍ଚଳ ପରିଦର୍ଶନ କରିବେ । ରାଜ୍ୟର ଉଚ୍ଚ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ । ଗତ ୨୬ ତାରିଖରେ ବାତ୍ୟା ୟାସ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି କରିଥିଲା। ଏହି ୪ ଜିଲ୍ଲାକୁ ଗସ୍ତ କରି ଅନୁଧ୍ୟାନ କରିବ କେନ୍ଦ୍ରୀୟ ଟିମ୍।

ପୂର୍ବରୁ ମେ ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାତ୍ୟା ସ୍ଥିତି ସମୀକ୍ଷା କରିଥିଲେ। ୟାସ ବାତ୍ୟା କ୍ଷୟକ୍ଷତି ବାବଦକୁ ଓଡ଼ିଶାକୁ ୫ଶହ କୋଟିର କେନ୍ଦ୍ରୀୟ ସହାୟତା ଘୋଷଣା କରିଥିଲେ। ଏପଟେ ବାତ୍ୟା ମୁକାବିଲା ନେଇ ଦୀର୍ଘ ମିଆଦି ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ସହ୍ୟ କରିପାରୁଥିବା ବିଦ୍ୟୁତ ବ୍ୟବସ୍ଥା ଓ ସାମୁଦ୍ରିକ ଜୁଆରକୁ ରୋକିବା ଲାଗି ବନ୍ଧ ର୍ନିମାଣ ପାଇଁ ଦାବି ରଖିଛନ୍ତି ରାଜ୍ୟ ସରକାର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+