୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରରେ ଲଘୁଚାପ କ୍ଷେତ୍ରର ସମ୍ଭାବନା
ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର: ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏହାର ପ୍ରଭାବ ପଡ଼ିପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହି ଲଘୁଚାପ ପ୍ରଭାବରେ ବର୍ଷାର ଅଭାବ ଦୂର ହେବା ଆଶା କରାଯାଉଛି । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼, ପୂର୍ବ ଗୁଜୁରାଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ଯ଼୍ୟନ୍ତ ଓଡ଼ିଶାର ଦକ୍ଷିଣ, ପଶ୍ଚିମ, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଇଏମଡି ପକ୍ଷରୁ ୟେଲୋ ମାର୍କ ସତର୍କତା ଜାରି କରାଯାଇଛି । ଏହା ସହିତ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।












Click it and Unblock the Notifications