ଆସନ୍ତା ଅକ୍ଟୋବର ୨୮ରେ ଚନ୍ଦ୍ର ଗ୍ରହଣ: ଏହି ସମୟରୁ ପାକତ୍ୟାଗ, ଜାଣନ୍ତୁ ଗ୍ରହଣର ସ୍ପର୍ଶ ଓ ସର୍ବମୋକ୍ଷ ସମୟ
ଚଳିତ ମାସ କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ । ଅକ୍ଟୋବର ମାସ ୨୮ ତାରିଖରେ ପଡୁଛି ରାହୁଗ୍ରସ୍ତ ଖଣ୍ଡ ଗ୍ରାସ ଚନ୍ଦ୍ର ଗ୍ରହଣ । ଗ୍ରହଣର ଅବଧି ହେଉଛି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ ।
ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ ଘଣ୍ଟା ୪ ମିନିଟ୍ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ସମୟ ହେଉଛି ରାତ୍ରୀ ୨ଟା ୨୪ମିନିଟ୍ ୨ ସେକେଣ୍ଡ । । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ମିନିଟି ୨ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ ଓ ଦେବନୀତି ନିଷିଦ୍ଧ ରହିବ ।
ଗ୍ରହଣ ସ୍ପର୍ଶ ହେବା ମାତ୍ରେ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଥାଏ । ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରିଥାନ୍ତି । ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ ପରେ ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି । ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ ।

ସେହିପରି କୁମାରପୂର୍ଣ୍ଣିମାର ଠିକ୍ ପରଦିନ ହବିଷ୍ୟାଳୀ ମାନେ ବ୍ରତ ସଙ୍କଳ୍ପ କରିବେ ଓ ସେହିଦିନ ଚକ୍ରରାଜ ସୁଦର୍ଶନ ମହାପ୍ରଭୁ ଚାରିଆଶ୍ରମ ବିଜେ କରିବେ ।
୬ଟି ରାଶି ପାଇଁ ଏହି ଗ୍ରହଣ ଶୁଭ ଥିବାବେଳେ ୬ଟି ରାଶି ପାଇଁ ଅଶୁଭ ବୋଲି ଜ୍ୟୋତିର୍ବିଦ କହିଛନ୍ତି । ମିଥୁନ, ବିଛା, ଧନୁ , ମକର, କୁମ୍ଭ ଓ ମୀନ ପାଇଁ ଏହି ଗ୍ରହଣ ଶୁଭ ହୋଇଥିବା ବେଳେ ମେଷ, ବୃଷ, କର୍କଟ, ସିଂହ, କନ୍ୟା ଓ ତୁଳା ପାଇଁ ଏହା ଅଶୁଭ ବୋଲି ଜ୍ୟୋତିର୍ବିଦ କହିଛନ୍ତି ।
ଏହି ଚନ୍ଦ୍ରଗ୍ରହଣର ଦୋଷକୁ ଏଡାଇବା ପାଇଁ ଗରିବ ଲୋକଙ୍କୁ ଦାନ କରିବା ଉଚିତ୍ ଏବଂ ଭୋକିଲା ଲୋକଙ୍କୁ ଖାଇବାକୁ ଦେବା ଉଚିତ୍। ଚନ୍ଦ୍ରଗ୍ରହଣ କେବଳ ପୂର୍ଣ୍ଣିମା ଦିନ ଲାଗିଥାଏ, ତେଣୁ ଏହି ଦିନ ଦାନ କରିବା ଉଚିତ୍ । ସେହିପରି କ୍ଷୀର, ଦହି କିମ୍ବା ଧଳା ପୋଷାକ ଆଦି ଧଳା ଜିନିଷ ଦାନ କରାଯିବା ଉଚିତ୍ । ଧଳା ରଙ୍ଗ ହେଉଛି ଶାନ୍ତିର ପ୍ରତିକ । ବିଶ୍ୱାସ କରାଯାଏ ଯେ ଏହି ଦାନ କରିବା ଦ୍ୱାରା ଜୀବନରେ ଶାନ୍ତି ବଜାୟ ରହିଥାଏ ।












Click it and Unblock the Notifications