ମଙ୍ଗଳବାର ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ନୀତିକାନ୍ତିରେ ଅନେକ ପରିବର୍ତ୍ତନ
ଆସନ୍ତା ୨୫ତାରିଖ ଅର୍ଥାତ ମଙ୍ଗଳବାର ସୂର୍ଯ୍ୟୋପରାଗ । ଏନେଇ ଶ୍ରୀମନ୍ଦିର ନୀତିକାନ୍ତିରେ ଅନେକ ପରିବର୍ତ୍ତନ କରାଯାଇଛି । ୨୫ ତାରିଖ ପାଇଁ ଆସନ୍ତାକାଲି ରୀତିରୁ ଆରମ୍ଭ ହେବ ନୀତିକାନ୍ତି ।
ପୁରୀ: ଆସନ୍ତା ୨୫ତାରିଖ ଅର୍ଥାତ ମଙ୍ଗଳବାର ସୂର୍ଯ୍ୟୋପରାଗ । ଏନେଇ ଶ୍ରୀମନ୍ଦିର ନୀତିକାନ୍ତିରେ ଅନେକ ପରିବର୍ତ୍ତନ କରାଯାଇଛି । ୨୫ ତାରିଖ ପାଇଁ ଆସନ୍ତାକାଲି ରୀତିରୁ ଆରମ୍ଭ ହେବ ନୀତିକାନ୍ତି । ସେହିପରି ପରାଗ ଯୋଗୁଁ ପୟୋଶ୍ରାଦ୍ଧ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ରାତି ୧୨ଟାରେ ଦ୍ୱାରଫିଟା ନୀତି ହୋଇ ୪ଟା ୫୫ମିନିଟ ସୁଦ୍ଧା ପ୍ରଥମ ଭୋଗମଣ୍ଡପ ବଢି ନୀତି ଶେଷ ହେବା ସହ ଅବଢା ରୋଷେଇ ବି ସରିବ। ଏହି ସମୟ ମଧ୍ୟରେ ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ ନାହିଁ । ନୀଳାଦ୍ରି ଭକ୍ତ ନିବାସ ପରିସରରେ ଶ୍ରୀମନ୍ଦିର ନୀତିକାନ୍ତି ଉପରେ ଅନୁଷ୍ଠିତ ନୀତି ସବ୍କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ସେପଟେ ବଡ଼ବଡ଼ୁଆ ଡାକିବା ପାଇଁ ସ୍ଥାନ ଚିହ୍ନଟ ହୋଇଛି। କାକୁଡ଼ି ଖାଇ ମନ୍ଦିର ଓ ମଙ୍ଗୁ ମଠ ଭିତରେ ୫ଟି ସ୍ଥାନ ନିରୂପଣ ହୋଇଥିବା ଉପଜିଲ୍ଲାପାଳ ଭବତାରଣ ସାହୁ କହିଛନ୍ତି।
ସେହିପରି ସୋମବାର ଦୀପାବଳି ପଡୁଥିବାରୁ ପୟାଶ୍ରାଦ୍ଧ ପାଳନ କରିବା ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବଡବଡୁଆ ଡାକିବା ଓ କାଉଁରିଆ କାଠି ଜାଳିବା ପାଇଁ କାକୁଡିଖାଇ ଓ ମଙ୍ଗୁମଠ ନିକଟରେ ୫ଟି ସ୍ଥାନ ଚିହ୍ନଟ କରାଯାଇଛି । ଲୋକେ ଯେପରି ଶୃଙ୍ଖଳିତ ଓ ସୁରକ୍ଷିତ କାଉଁରିଆ ଜାଳିପାରିବେ ସେଥିପାଇଁ ସବୁପ୍ରକାରର ବ୍ୟବସ୍ଥା ହୋଇଛି । ତେବେ ଗ୍ରହଣ ସ୍ପର୍ଶ ପରେ ମହାପ୍ରଭୁଙ୍କ ଗ୍ରହଣ ମହାସ୍ନାନ ଆରମ୍ଭ ହେବ । ଗ୍ରହଣ ଭୋଗ ନୀତି ହୋଇ ଅନ୍ୟାନ୍ୟ ନୀତି ବଢିବ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications