ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜଫ୍ରେମ୍; ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାର୍ଜଫ୍ରେମ

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜଫ୍ରେମ୍ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାର୍ଜଫ୍ରେମ ଦାଖଲ ହୋଇଛି । ବିଧାୟକଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ଚାର୍ଜଫ୍ରେମ୍ ଦାଖଲ ହୋଇଛି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବାରେ ପତ୍ନୀ ସହଯୋଗ କରିଥିବାରୁ ତାଙ୍କ ବିରୋଧରେ ମଧ୍ୟ ଚାର୍ଜସିଟ୍ ଦାଖଲ କରିଛି ଭିଜିଲନ୍ସ ଟିମ୍‌ । ପୂର୍ବରୁ ୨୦୨୩ ଏପ୍ରିଲ୍‌ ୨୨ ତାରିଖରେ ମଧ୍ୟ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଥିଲା ।

ସ୍ପେଶାଲ କୋର୍ଟ ଭିଜିଲାନ୍ସରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଥିଲା ଭିଜିଲାନ୍ସ । ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଚାର୍ଜସିଟରେ ଉଲ୍ଲେଖ ରହିଥିଲା ।

ପୂର୍ବରୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ପରେ ଏହି ସମ୍ପତ୍ତିର ଯାଞ୍ଚ କରିଥିଲା ଭିଜିଲାନ୍ସ । ଯାଞ୍ଚ ବେଳେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ । ଗତବର୍ଷ ଜୁନ୍ ୯ ତାରଖରେ ଚାର୍ଜସିଟ୍ ଦାଖଲ କରିବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଥିଲେ ।

pradeep panigrahi

ପୂର୍ବରୁ ଜାଲିଆତି ତଥା ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଟଙ୍କା ଆଦାୟ ପାଇଁ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଥିଲା । ସେ ତାଙ୍କ ଭାବି ଜ୍ୱାଇଁ ପ୍ରଦୀପ ପାଠକଙ୍କ ସହ ମିଶି ଠକେଇ ଅଭିଯୋଗରେ ଗିରଫ ହୋଇଥିଲେ ।

ଗିରଫ ହେବା ପରେ ତାଙ୍କୁ ଶାସକ ବିଜେଡି ବହିଷ୍କାର କରିଥିଲା । କିଛି ମାସ ଜେଲ୍‌ରେ ରହିବା ପରେ ସେ ଜାମିନ୍‌ ପାଇଥିଲେ । ଓଡ଼ିଶା ହାଇକୋର୍ଟ ଜାମିନ ପ୍ରଦାନ କରିବା ପରେ ସେ ଜୁନ ୧୨, ୨୦୨୧ରେ ଭୁବନେଶ୍ୱରର ଝାରପଡ଼ା ଜେଲରୁ ମୁକ୍ତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+